ଏ ବର୍ଷ ଶୀତ କମ୍‌

ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ବିଗତ ବର୍ଷଗୁଡ଼ିକ ତୁଳନାରେ ଚଳିତବର୍ଷ ଅଧିକ ଶୀତ ହେବ ନାହିଁ। ନଭେମ୍ବର ଶେଷ ହେବାକୁ ବସିଲାଣି ହେଲେ ଏ ପର୍ଯ୍ୟନ୍ତ ଭଲ ଭାବରେ ଶୀତ ପଡ଼ିନାହିଁ। ଆଗକୁ ମଧ୍ୟ ସେଭଳି ଶୀତ ହେବାର ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି। ବିଗତବର୍ଷଗୁଡ଼ିକ ତୁଳନାରେ ଏ ବର୍ଷ ଡିସେମ୍ବରଠାରୁ ମାର୍ଚ୍ଚ ମଧ୍ୟରେ କମ୍‌ ଶୀତ ଅନୁଭୂତ ହେବ। ଏହି ସମୟରେ ହାରାହାରି ତାମପାତ୍ରା ଅନ୍ୟ ବର୍ଷ ତୁଳନାରେ ଅଧିକ ରହିବ। ସାରା ଦେଶରେ ଏପରି ଅନୁଭୂତ ହେବ। ତେବେ ଦେଶର ହିମାଳୟ ପାର୍ବତ୍ୟାଞ୍ଚଳ ଓ ଅତି ଉତ୍ତର ଭାଗରେ ଥଣ୍ଡା ରହିବ ବୋଲି ପାଣିପାଗ ବିଭାଗ କହିଛି। ଆଇଏମ୍‌ଡିର ସୂଚନାନୁସାରେ, ଅତି ଉତ୍ତର ଭାଗକୁ ଛାଡ଼ିଦେଲେ ଦେଶର ଅଧିକାଂଶ ଅଞ୍ଚଳରେ ହାରାହାରି ତାପମାତ୍ରା ସ୍ବାଭାବିକଠାରୁ ୦.୫ ଡିଗ୍ରୀ ସେଲସିୟସ ଅଧିକ ରହିବ। କେନ୍ଦ୍ରୀୟ ଓ ଉପକୂଳବର୍ତ୍ତୀ ଭାରତରେ ହାରାହାରି ତାପମାତ୍ରା ସ୍ବାଭାବିକଠାରୁ ୧ ଡିଗ୍ରୀ ସେଲସିୟସ ଅଧିକ ରହିବ ବୋଲି ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସେପଟେ ଓଡ଼ିଶାରେ ମଧ୍ୟ ପୂର୍ବ ବର୍ଷ ଭଳି ଏଥର ବର୍ତ୍ତମାନ ସୁଦ୍ଧା ସେଭଳି ଶୀତ ଅନୁଭୂତ ହୋଇନାହିଁ। ତେବେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି ପ୍ରବଳ ହେଉଛି। ସକାଳ ପର୍ଯ୍ୟନ୍ତ କୁହୁଡ଼ି ରହୁଛି। ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଓ କୋରାପୁଟ ଜିଲାରେ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri