ଏଇ ଭାରତରେ

ଶହୀଦଙ୍କ ସ୍ତ୍ରୀଙ୍କୁ ଗ୍ରାମବାସୀଙ୍କ ରାଖୀ ପୂର୍ଣ୍ଣିମା ଉପହାର। ମଧ୍ୟପ୍ରଦେଶର ଦେପାଲପୁର ଅନ୍ତର୍ଗତ ପୀର ପିପ୍‌ଲିୟା ଗାଁରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ, ଯାହା ସମସ୍ତଙ୍କ ମୁହଁରେ ହସ ଖେଳାଇ ଦେଇଛି। ଏଠାକାର ବାସିନ୍ଦା ହାବିଲଦାର ମୋହନ ସିଂ ସୁନେର ବିଏସ୍‌ଏଫ୍‌ ଯବାନ ଭାବେ ତ୍ରିପୁରାରେ କାର୍ଯ୍ୟରତ ଥିବା ସମୟରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିଲେ। ମୋହନଙ୍କ ପରିବାର ଗାଁରେ ଅତି ଦୁଃଖକଷ୍ଟରେ ସମୟ କାଟୁଥିଲେ। ଏମିତି କି ସେମାନଙ୍କ ପାଖରେ ରହିବା ପାଇଁ ଘର ଖଣ୍ଡେ କି ଖାଇବା ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ନ ଥିଲା। ଏଥିପାଇଁ ପରିବାର ଲୋକେ ମଜୁରି ଲାଗି ପେଟ ପୋଷୁଥିଲେ। ଶହୀଦ ପରିବାରଙ୍କ ଏପରି ଦୁର୍ଦ୍ଦଶା ଦେଖି ଗାଁ ଲୋକେ ଚାନ୍ଦା କରି ପାଖାପାଖି ୧୧ ଲକ୍ଷ ଟଙ୍କା ଯୋଗାଡ କଲେ। ସେହି ଟଙ୍କା ବିନିମୟରେ ଗଁା ଲୋକେ ମୋହନଙ୍କ ପରିବାର ପାଇଁ ଏକ ସୁନ୍ଦର ଘର ତିଆରି କରିଦେଇଛନ୍ତି। ରାଖୀ ପୂର୍ଣ୍ଣିମା ଅବସରରେ ଗାଁର ଯୁବକମାନେ ମିଶି ମୋହନଙ୍କ ସ୍ତ୍ରୀଙ୍କୁ ଘରର ଚାବି ଦେଇଛନ୍ତି। ଆଗାମୀ ଦିନରେ ଶହୀଦ ମୋହନଙ୍କର ଏକ ପ୍ରତିମୂର୍ତ୍ତି ନିର୍ମାଣ କରିବା ସହ ଗାଁ ସ୍କୁଲକୁ ତାଙ୍କ ନାମରେ ନାମିତ କରିବାର ଯୋଜନା ରଖିଛନ୍ତି ଗ୍ରାମବାସୀ। ବାସ୍ତବରେ ଶହୀଦଙ୍କ ଅସହାୟ ପରିବାର ପ୍ରତି ଗଁା ଲୋକଙ୍କ ବଦାନ୍ୟତା ଅନ୍ୟମାନଙ୍କ ପାଇଁ ଉଦାହରଣ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri