ଏଇ ଭାରତରେ

ବିହାରର ଭୋଜପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୧୩ ବର୍ଷର ଜଣେ ବାଳିକାବଧୂ ବିବାହ ପୂର୍ବରୁ ପୋଲିସ ସହାୟତା ଲୋଡିଥିଲେ। ଏନେଇ ସେ ସ୍ଥାନୀୟ ମହିଳା ଥାନାକୁ ଏକ ଚିଠି ଲେଖି ବିବାହ କରିବାକୁ ତାଙ୍କର ଇଚ୍ଛା ନ ଥିବା ପ୍ରକାଶ କରିଥିଲେ। ଏଥିସହିତ ବରଙ୍କ ବୟସ ୩୪ ବର୍ଷ ବୋଲି ସେ ଚିଠିରେ ଉଲ୍ଲେଖ କରିଥିଲେ। ସ୍ଥାନୀୟ ଥାନାର ଟାଳଟୁଳ ନୀତି ଯୋଗୁ ନାବାଳିକା ସଦର ଏସ୍‌ଡିଓଙ୍କୁ ମଧ୍ୟ ଚିଠି ଲେଖିଥିଲେ। ଏସ୍‌ଡିଓ ଏନେଇ ତଦନ୍ତ ପାଇଁ ଧନଗାଇ ପୋଲିସ ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ବିବାହ ହେବ ନାହିଁ ବୋଲି ପୋଲିସ ପକ୍ଷରୁ ଆଶ୍ୱାସନା ମଧ୍ୟ ଦିଆଯାଇଥିଲା। ତେବେ ପୋଲିସ ଏହି ଘଟଣାରେ କିଛି ପଦକ୍ଷେପ ଗ୍ରହଣ ନ କରିବାରୁ ତାଙ୍କର ବିବାହ ହୋଇଯାଇଥିଲା। ବିବାହର ୨୦ ଦିନ ପରେ ଆରମ୍ଭ ହୋଇଛି ଖୋଳତାଡ଼। ମହିଳା ଥାନା ଅଧିକାରୀ ମାଧୁରୀ କୁମାରୀ ବଧୂଙ୍କ ଚିଠି ମିଳି ନ ଥିବା ସଫେଇ ଦେଇଛନ୍ତି। ବିବାହ କରାଇଥିବା ଅଖଗାଓଁ ମନ୍ଦିର ପୂଜାରୀଙ୍କୁ ଏନେଇ ପୋଲିସ ପଚରାଉଚରା କରିଛି। ତେବେ ଏଭଳି ଏକ ସମ୍ବେଦନଶୀଳ ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri