ଏଇ ଭାରତରେ

ଭାରତରେ ବିବିଧତା ମଧ୍ୟରେ ସହାବସ୍ଥାନ ଓ ସାମ୍ପ୍ରଦାୟିକ ସଦ୍‌ଭାବନା ସମ୍ଭବ, ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ। ଜଣେ ଶିଖ୍‌ ବ୍ୟକ୍ତି ମସ୍‌ଜିଦ ନିର୍ମାଣ ଲାଗି ଜମି ଦାନ କରିଛନ୍ତି। ଦାତାଙ୍କ ନାମ ସୁଖପାଲ ସିଂହ ବେଦି। ସେ ଜଣେ ସାମାଜିକ କର୍ମୀ। ଗୁରୁ ନାନକଦେବଙ୍କ ୫୫୦ତମ ପ୍ରକାଶ ପର୍ବର ପବିତ୍ର ମାସରେ ସୁଖପାଲ ଏହି ଦାନ ଦେଇଛନ୍ତି। ମୁଜାଫରନଗର ପୁରକାଜି ସହରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସେ ଏହା ଘୋଷଣା କରିଛନ୍ତି। ପୁରକାଜି ନଗରନିଗମର ଅଧ୍ୟକ୍ଷ ଫାରୁଖଙ୍କୁ ସୁଖପାଲ ୯୦୦ ବର୍ଗଫୁଟ୍‌ ଜାଗାର କାଗଜପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ପୁରକାଜି ସହରରେ ସଂଖ୍ୟାଧିକ ମୁସଲମାନ ବାସ କରନ୍ତି। ସବୁ ଧର୍ମର ଲୋକଙ୍କୁ ଆଦର ଓ ସମ୍ମାନ କରିବା ସହ ଗୁରୁ ନାନକଙ୍କ ନୀତିଶିକ୍ଷା ଓ ଆଦର୍ଶରେ ଅନୁପ୍ରାଣିତ ହେବା ଲାଗି ସେ ଆହ୍ବାନ ଦେଇଛନ୍ତି। ସହରର ଦୁଇ ସମ୍ପ୍ରଦାୟର ଲୋକମାନେ ସୁଖପାଲଙ୍କ ଏହି ପଦକ୍ଷେପକୁ ସ୍ବାଗତ କରିଛନ୍ତି। ଏହାଦ୍ୱାରା ଭାଇଚାରା ଓ ଶାନ୍ତି ଆହୁରି ସୁଦୃଢ ହୋଇପାରିବ ବୋଲି ସେମାନେ କହିଛନ୍ତି। ମୁସଲମାନ ସମ୍ପ୍ରଦାୟର ଲୋକମାନେ ସୁଖପାଲଙ୍କ ଏହି ନିଷ୍ପତ୍ତି ଉପରେ ଖୁସି ପ୍ରକାଶ କରିବା ସହିତ ଧନ୍ୟବାଦ ବି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri