ଏଇ ଭାରତରେ

କନ୍ୟାକୁ ଦେଖି ବେଦି ଉପରେ ନିଜର ଡ୍ରେସ୍‌ ଚିରି ନାକ ଘଷିଲେ ବର। ବିହାରର ଫୁଲଓ୍ବାରି ଥାନା ଅନ୍ତର୍ଗତ ବ୍ରହ୍ମପୁର ଗାଁରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଘଟଣା। ଏହି ଗାଁରେ କାମେଶ୍ୱର ସିଂଙ୍କ ଝିଅ ବାହାଘର ହେଉଥିଲା। ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ପାଖ ଗାଁରୁ ବର ମଧ୍ୟ ଠିକ୍‌ ସମୟରେ ଆସି ପହଞ୍ଚିଯାଇଥିଲେ। ତେବେ ବେଦି ଉପରେ ବରଣମାଳା ବିନିମୟବେଳେ ସବୁ ଓଲଟପାଲଟ ହୋଇଯାଇଥିଲା। ବର ମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କ କୁତ୍ସିତ ରୂପ ଦେଖି ନିଜକୁ ସମ୍ଭାଳି ପାରି ନ ଥିଲେ। ସେ ତୁରନ୍ତ ତାଙ୍କ ପିନ୍ଧା ଡ୍ରେସ୍‌ ଚିରି ପକାଇବା ସହ ବେଦି ଉପରେ ନାକ ଘଷିବା ଦେଖିବାକୁ ମିଳିଥିଲା। ତେବେ କେହି କିଛି ବୁଝିବା ପୂର୍ବରୁ କୌଣସି ବ୍ୟକ୍ତି ଏ ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଆସି ବର ଓ ତାଙ୍କ ପିତାଙ୍କୁ ଥାନାକୁ ନେଇଯାଇଥିଲା। ଏହାପରେ କନ୍ୟା ଉକ୍ତ ବରଙ୍କୁ ବିବାହ କରିବାକୁ ସିଧା ସିଧା ମନା କରି ଦେଇଥିଲେ। କନ୍ୟା ଅଭିଯୋଗ କରିଥିଲେ, ବର ହେଉଛନ୍ତି ଜଣେ ପାଗଳ। ହେଲେ ବର ପିତା କହିଥିଲେ ଯୌତୁକ ପାଇଁ କନ୍ୟାଘର ବାହାଘର ଭାଙ୍ଗି ଦେଇଛନ୍ତି। ଏବେ ଘଟଣାର ତଦନ୍ତ ଚାଲିଥିବା ବେଳେ ବର ଶିଶୁପାଳ ହୋଇ ଫେରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ତଦନ୍ତର ରିଆଲିଟି ଶୋ

ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri