ଏଇ ଭାରତରେ

ଭାରତ ଭଳି ଏକ ବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ରରେ ପ୍ରତ୍ୟେକ ଭୋଟର ମତଦାନ କରି ନିଜ ପସନ୍ଦର ଲୋକ ପ୍ରତିନିଧି ବାଛିବା ଆବଶ୍ୟକ। କିନ୍ତୁ ଦେଖାଯାଉଛି ପ୍ରାୟ ୭୦ ପ୍ରତିଶତ ଭୋଟର ମତଦାନ କରୁଥିବାବେଳେ ଅନ୍ୟମାନେ ଭୋଟଦାନରୁ ବିରତ ରହୁଛନ୍ତି। ଏହା ପଛରେ ଭିନ୍ନ ଭିନ୍ନ କାରଣ ଥାଇପାରେ। କିନ୍ତୁ ନିର୍ବାଚନରେ ମତଦାନ ପାଇଁ ହିମାଚଳ ପ୍ରଦେଶର ସୋଲନ ଜିଲାର ଭାଗ ସିଂ ଚନ୍ଦେଲ ବାହାଘର ନିମନ୍ତ୍ରଣପତ୍ର ମାଧ୍ୟମରେ ଅତିଥିମାନଙ୍କୁ ପ୍ରୋତ୍ସାହିତ କରିଛନ୍ତି। ମେ ୧୯ରେ ତାଙ୍କ ଝିଅର ବାହାଘର ହେଉଛି। ଏଥିପାଇଁ ସେ ନିମନ୍ତ୍ରଣପତ୍ର ଦେଇ ଅତିଥିମାନଙ୍କୁ ବିବାହରେ ଯୋଗଦେବାକୁ ଅନୁରୋଧ କରିଛନ୍ତି। ହେଲେ ସେ ନିମନ୍ତ୍ରଣପତ୍ରରେ ଏକ ବାର୍ତ୍ତା ଲେଖିଛନ୍ତି ଯାହାକୁ ସମସ୍ତେ ପ୍ରଶଂସା କରୁଛନ୍ତି। ବାର୍ତ୍ତାଟି ହେଉଛି ୧୯ ତାରିଖରେ ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ତେଣୁ ଅତିଥିମାନେ ପ୍ରଥମେ ମତଦାନ କରି ପରେ ବିବାହରେ ଯୋଗ ଦେବାକୁ ସେ ନିବେଦନ କରିଛନ୍ତି। ନିମନ୍ତ୍ରଣ ପତ୍ର ଖୋଲୁ ଖୋଲୁ ଏହି ବାର୍ତ୍ତା ଦେଖିବାକୁ ମିଳୁଛି। ଭାଗ ସିଂ ନିଜେ ମଧ୍ୟ କହିଛନ୍ତି, ବିବାହ ଦିନ ପ୍ରଥମେ ସେ ତାଙ୍କ ପୈତୃକ ଗ୍ରାମ ଯାଇ ଭୋଟ ଦେଇ ଆସିବା ପରେ କନ୍ୟାଦାନ କରିବେ। ଅଧିକ ସଂଖ୍ୟାରେ ମତଦାନ କରିବାକୁ ସେ ତାଙ୍କ ନିମନ୍ତ୍ରଣ ପତ୍ର ମାଧ୍ୟମରେ ଅତିଥିମାନଙ୍କୁ ପ୍ରୋତ୍ସାହନ ଦେଇଥିବାରୁ ଭାଗ ସିଂଙ୍କ ଏହି କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri