ଏଇ ଭାରତରେ

ଜଣେ ଆଇଏଏସ୍‌ ଅଧିକାରୀ ନିଆରା ସେବା ମାଧ୍ୟମରେ ସମାଜରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଦଳାଇ ଦେଇ ଉଦାହରଣ ସୃଷ୍ଟି କରିଛନ୍ତିି। ଏହି ଅଧିକାରୀ ଜଣଙ୍କ ହେଉଛନ୍ତି ରାଜସ୍ଥାନର ସହର ଭିତ୍ତିଭୂମି ବିକାଶ ପରିଯୋଜନା(ଆର୍‌ୟୁଆଇଡିପି)ର ନିର୍ଦ୍ଦେଶକ ଜିତେନ୍ଦ୍ର କୁମାର ସୋନି । ଏହା ପୂର୍ବରୁ ଜାଲୋର ଜିଲାପାଳ ଥିବା ସମୟରେ ସେ ‘ଚରଣପାଦୁକା ଅଭିଯାନ’ ଆରମ୍ଭ କରି ୧୫ ଦିନ ମଧ୍ୟରେ ଜିଲାରେ ଖାଲି ପାଦରେ ସ୍କୁଲ ଯାଉଥିବା ୩୦ ହଜାର ପିଲାଙ୍କୁ ଚପଲ ଯୋଗାଇ ଦେଇଥିଲେ। ତାଙ୍କର ଏହି ଅଭିଯାନକୁ ସାରା ରାଜ୍ୟରେ ଲାଗୁ କରାଯାଇ ଏବେ ସୁଦ୍ଧା ୧,୭୬,୦୦୦ ପିଲାଙ୍କୁ ଚପଲ ଯୋଗାଇଦିଆଗଲାଣି। ପାଲି ଜିଲାରେ ପ୍ରୋବେଶନାରୀ ଅଧିକାରୀ ଥିବାବେଳେ ସେ ‘ବିଦ୍ୟାପ୍ରବାହିନୀ’ଯୋଜନାରେ ସ୍କୁଲ ପିଲାମାନଙ୍କ ବସ୍‌ରେ ପ୍ରୋଜେକ୍ଟର ମାଧ୍ୟମରେ ଶିକ୍ଷା ସମ୍ବନ୍ଧୀୟ ଅଡିଓ ଓ ଭିଡିଓ ପ୍ରଦର୍ଶନ କରାଯିବାର ବ୍ୟବସ୍ଥା କରିଥିଲେ। ଏହି ଯୋଜନାରେ ଜିଲା କର୍ତ୍ତୃପକ୍ଷ ଏବଂ ସ୍ବେଚ୍ଛାସେବୀମାନେ ନିୟମିତ ସନ୍ଧ୍ୟାରେ ବସ୍ତିକୁ ଯାଇ ପିଲାମାନଙ୍କୁ ପଢାଉଥିଲେ। ଝଲାଓ୍ବାଡ ଜିଲାପାଳ ଥିବା ସମୟରେ ‘ରକ୍ତକୋଷ’ ଅଭିଯାନ ମାଧ୍ୟମରେ ଓ’ନେଗେଟିଭ ରକ୍ତ ସଂଗ୍ରହ କରି ପୀଡିତମାନଙ୍କୁ ଯୋଗାଇ ଦେଇ ଅନେକ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକ ଦୃଷ୍ଟିକୋଣ

ବିଜ୍ଞାନ ଯୁଗର ବୈଜ୍ଞାନିକମାନଙ୍କୁ ଦେଖିଲେ ଆମେ ବିଜ୍ଞାନଠାରୁ ଅନେକ ଦୂରରେ ରହିଲା ପରି ମନେହୁଏ। ଆମେ ଭାବୁ, ବିଜ୍ଞାନ କେବଳ ବୈଜ୍ଞାନିକର ସମ୍ପତ୍ତି। କାହିଁକି ନା ବିଜ୍ଞାନ…

ମାତୃଭାଷା ଓ ସାମଗ୍ରିକ ପ୍ରଗତି

ଜଗତୀକରଣ, ପ୍ରଯୁକ୍ତି ବିପ୍ଳବ ଓ ଆର୍ଥିକ ପ୍ରତିସ୍ପର୍ଦ୍ଧାର ଏହି ଯୁଗରେ ଭାଷା ପ୍ରଶ୍ନ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଉଠିଛି। ସରକାରଙ୍କ ଶିକ୍ଷାନୀତି, ଶିକ୍ଷିତ ଅଭିଭାବକଙ୍କ ଏଥିପ୍ରତି ଅନାଶକ୍ତି,…

ଡିଜିପି ନିଯୁକ୍ତିରେ ବିଳମ୍ବ

ସୁପ୍ରିମକୋର୍ଟ ‘କାର୍ଯ୍ୟକାରୀ ଡିଜିପି’ ସଂସ୍କୃତିକୁ ଏକ ଗୁରୁତର ସାଙ୍ଗଠନିକ ତ୍ରୁଟି ଭାବରେ ସୂଚିତ କରିବା ପରେ ବି ପଞ୍ଜାବ ଏବେ ନିୟମିତ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତ…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ଭାରତୀୟ ଗଣତନ୍ତ୍ରରେ ଅଭାବୀ ବିକଳ୍ପ

ଏକ ଚା’ ଖଟିରେ ଦୁଇ ବନ୍ଧୁ ପରସ୍ପର ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ ଏବଂ ଜଣେ ବନ୍ଧୁ ଅନ୍ୟ ଜଣେ ବନ୍ଧୁଙ୍କ ସହିତ କଥୋପକଥନ ଛଳରେ କହୁଥା’ନ୍ତି-…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri