ଏଇ ଭାରତରେ

ପରିବାର ପାଇଁ ବୋଝ ପାଲଟି ବୃଦ୍ଧାଶ୍ରମରେ ଜୀବନ କାଟୁଥିତ୍ବା ମା’ବାପାମାନଙ୍କୁ କିନ୍ତୁ ଅନାଥ ଶିଶୁମାନେ ବୋଝ ଲାଗୁନାହାନ୍ତି। ବୟସର ଅପରାହ୍ଣରେ ଏମାନେ ଅନାଥ ଶିଶୁଙ୍କୁ କୋଳେଇ ନେଉଛନ୍ତି। ଗୁଜରାଟର ଏକ ବୃଦ୍ଧାଶ୍ରମର ଅନ୍ତେବାସୀମାନେ ଏଭଳି ମହତ୍‌ କାର୍ଯ୍ୟ କରି ଉଦାହରଣ ସୃଷ୍ଟି କରିଛନ୍ତି। ‘ଜୀବନ ସନ୍ଧ୍ୟା’ ବୃଦ୍ଧାଶ୍ରମର ଅନ୍ତେବାସୀମାନେ ‘ଶିଶୁଗୃହ’ ନାମକ ଏକ ଅନାଥାଶ୍ରମର ଶିଶୁମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଏଥିପାଇଁ ଏକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ଶିଶୁମାନଙ୍କୁ ସେମାନେ ପାଇ ଖୁବ୍‌ ଖୁସି ଅନୁଭବ କରିଥିବା ଲକ୍ଷ୍ୟ କରାଯାଇଥିଲା। ବୃଦ୍ଧାଶ୍ରମର ସମସ୍ତ ଅନ୍ତେବାସୀ ସପ୍ତାହରେ ଦିନେ ଶିଶୁମାନଙ୍କ ସହ ସମୟ ବିତାଇବା ଲାଗି ସ୍ଥିର କରାଯାଇଥିବା କହିଛନ୍ତି ବୃଦ୍ଧାଶ୍ରମର ଜଣେ ଅଧିକାରୀ। ଏହାଦ୍ୱାରା ଶିଶୁମାନେ ସ୍ନେହ ଓ ଶ୍ରଦ୍ଧା ପାଇପାରିବେ ଏବଂ ଏହା ସେମାନଙ୍କୁ ଜୀବନରେ ଆଗକୁ ବଢିବାରେ ସାହାଯ୍ୟ କରିବ। ଭାବନାମତ୍କ ଦୃଷ୍ଟିରୁ ଉଭୟେ ଲାଭାନ୍ବିତ ହେବେ ବୋଲି କହନ୍ତି ବୃଦ୍ଧାଶ୍ରମର ଅଧ୍ୟକ୍ଷ ସି.କେ. ପଟେଲ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବୁଲା କୁକୁର, ଗାଈ ଓ ବାଛୁରିଙ୍କୁ ରୁଟି ଖାଇବାକୁ ଦେଉଛନ୍ତି ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦର ଗୌତମ ଯାଦବ। ସେ ଠେଲାଗାଡ଼ିରେ ପ୍ରତିଦିନ ସନ୍ଧ୍ୟାରେ ଘରକୁ ଘର…

ମହାବିଲୁପ୍ତି ପଥେ

ବର୍ତ୍ତମାନ ଷଷ୍ଠ ମହାବିଲୁପ୍ତି ପ୍ରକ୍ରିୟାର ଅୟମାରମ୍ଭ ଘଟିଲାଣି ବୋଲି ମତ ଦେଉଛନ୍ତି କେତେକ ପରିବେଶ ବିଜ୍ଞାନୀ। ସେଥିପାଇଁ ପୃଥିବୀର ପରିସଂସ୍ଥା ଦ୍ରୁତ ଅବକ୍ଷୟିତ ହୋଇଚାଲିଛି ଏବଂ ପରିଣାମସ୍ବରୂପ,…

ଯୋଜନାର ଅଧୋଗତି

ଭାରତର ସ୍ବାଧୀନତା ପରେ ଯେଉଁ ପଞ୍ଚବାର୍ଷିକ ଯୋଜନା ପ୍ରବର୍ତ୍ତନ କରାଯାଇଥିଲା ତା’ର ଅଧୋଗତି କାହିଁକି ଘଟିଲା? ୧୯୧୭ରେ ସୋଭିଏଟ ରୁଷ ପ୍ରଥମେ ପଞ୍ଚବାର୍ଷିକ ଯୋଜନା ପ୍ରଣୟନ କରି…

ଏନ୍‌ଜିଓ କାର୍ଯ୍ୟରେ ବାଧା

ଯାହା ସଂସଦରେ ଆଇନ ଭାବରେ ପାସ୍‌ ହୋଇପାରେ ନାହିଁ, ତାହାକୁ ନିୟମରେ ପରିବର୍ତ୍ତନ କରି ନୂଆରୂପରେ ଉପସ୍ଥାପନ କରାଯାଇପାରେ। ଏହା ଭାରତରେ ସମ୍ଭବ ହେଉଛି। ଗଣତାନ୍ତ୍ରିକ ରାଷ୍ଟ୍ରଗୁଡ଼ିକ…

ପୁଣି ଅନ୍ଧକାର ଗର୍ଭଗୃହକୁ

ନିର୍ବାଚନ ସରିଲା। ଶାସକ ଦଳର ‘ନାରୀ ବନ୍ଦନ’ ସଭା ସମାବେଶ ସରିଗଲା। ବିରୋଧୀ ଦଳର ମା’ମାନଙ୍କୁ ନେଇ ହେଉଥିବା ପ୍ରତିବାଦରେ ବି ଭଟ୍ଟା ପଡ଼ିଗଲା। ଫଳ? ଯେଉଁ…

ବହ୍ବାରମ୍ଭେ ଲଘୁକ୍ରିୟା

ସଂସ୍କୃତରେ ଗୋଟିଏ ଶ୍ଳୋକ ଅଛି ”ଅଜା ଯୁଦ୍ଧେ ଋଷି ଶ୍ରାଦ୍ଧେ ପ୍ରଭାତେ ମେଘ ଡମ୍ବରୁ, ଦାମ୍ପତ୍ୟ କଳହଶ୍ଚୈ ବହ୍ବାରମ୍ଭେ ଲଘୁକ୍ରିୟା’ ଏହାର ଅର୍ଥ ଦୁଇଟି ଛେଳି ଗୋଳଯୁଦ୍ଧ…

ନ୍ୟାୟ ଦେବାରେ ବିଳମ୍ବ

ଉତ୍ତରାଖଣ୍ଡ ସରକାର ହୁଇସିଲ୍‌ବ୍ଲୋୟର ତଥା ବନ ଅଧିକାରୀ ସଞ୍ଜୀବ ଚତୁର୍ବେଦୀଙ୍କୁ ଲୋକପାଳକୁ ଡେପୁଟେଶନ ପାଇଁ ମଞ୍ଜୁରୀଦେବା ଉଲ୍ଲେଖନୀୟ। କିନ୍ତୁ ଏହାଠୁ ବଡ଼ କଥା ହେଉଛି ଏହି ହୁଇସିଲ୍‌ବ୍ଲୋୟରଙ୍କ…

ଏଇ ଭାରତରେ

ମଧ୍ୟପ୍ରଦେଶ ଛତରପୁର ଜିଲାର ପାନ୍ନା ଜାତୀୟ ଉଦ୍ୟାନ ବାଘ ପାଇଁ ବେଶ୍‌ ଜଣାଶୁଣା ଥିଲା। ହେଲେ ୨୦୦୯ରେ ତାହା ବାଘ ଶୂନ୍ୟ ହୋଇଯାଇଥିବା ସରକାର ଘୋଷଣା କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri