ଏଇ ଭାରତରେ

ନିରାଶ୍ରୟମାନଙ୍କୁ ନିଜ ପରିବାର ଭାବେ ଗ୍ରହଣ କରିନେଇଛନ୍ତି ମଧ୍ୟପ୍ରଦେଶର ସୁଧୀର ଗୋୟଲ। ତାଙ୍କୁ ବର୍ତ୍ତମାନ ବୟସ ୬୧। ନିରାଶ୍ରୟ ଶିଶୁ,ବୃଦ୍ଧ-ବୃଦ୍ଧାମାନଙ୍କ ଲାଗି ସେ ପାଲଟିଯାଇଛନ୍ତି ଆଶାର ଆଲୋକ। ସେମାନଙ୍କୁ ଆଶ୍ରୟ, ଖାଦ୍ୟ ଓ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି। ୧୯୮୯ରେ ସେ ଉଜ୍ଜୟିନୀରେ ସ୍ବଧାମ ଆଶ୍ରମ ପ୍ରତିଷ୍ଠା କରି ନିରାଶ୍ରୟଙ୍କ ସେବା ଆରମ୍ଭ କରିଥିଲେ। ନିରାଶ୍ରୟମାନଙ୍କ ମଧ୍ୟରେ ପାଖାପାଖି ୫୦୦ ଦିବ୍ୟାଙ୍ଗ ଏହି ଆଶ୍ରମରେ ରହୁଛନ୍ତି। ଏହି ବିଶାଳ ପରିବାରର ଯନତ୍ ନେବାରେ ସୁଧୀରଙ୍କ ସ୍ତ୍ରୀ କାନ୍ତା ତାଙ୍କୁ ସହଯୋଗ କରୁଛନ୍ତି। କେବଳ ଏତିକି ନୁହେଁ ସେ ମଧ୍ୟ ଏକ ଗୋଶାଳା ପ୍ରତିଷ୍ଠା କରି ସେଥିରେ ୧୦୦ରୁ ଊର୍ଦ୍ଧ୍ୱ ଗାଈ ରଖିଛନ୍ତି। ପିଲାମାନଙ୍କୁ ଶିକ୍ଷା ଦେବାର ବ୍ୟବସ୍ଥା କରାଯାଇଛି। ଦୈନିକ ଫିଜିଓଥେରାପି ଓ ଯୋଗଶିକ୍ଷା ବି ଚାଲୁ ରଖିଛନ୍ତି। ପିଲାଦିନରୁ ନିରାଶ୍ରୟଙ୍କ ସେବା କରିବାର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ସାକାର ହୋଇଛି ବୋଲି କହନ୍ତି ସୁଧୀର।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ…

ଚଉପାଢ଼ିର ନୀରବତା

ଧୁନିକତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସୁବର୍ଣ୍ଣ ଯୁଗ ଭାବରେ ଅଭିହିତ ଏକବିଂଶ ଶତାବ୍ଦୀରେ ମୋବାଇଲ, ଇଣ୍ଟରନେଟ, ସାମାଜିକ ଗଣମାଧ୍ୟମ, କୃତ୍ରିମ ବୁଦ୍ଧିମତ୍ତା ଆଦି ମାଧ୍ୟମରେ ସମଗ୍ର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri