ଏଇ ଭାରତରେ

ଯେତେ ପ୍ରତିକୂଳ ପରିସ୍ଥିତି ଆସିଲେ ବି କିଛି ଲୋକ ହାର୍‌ ମାନନ୍ତି ନାହିଁ। ଏମିତି ଏକ ଉଦାହରଣ ହେଉଛନ୍ତି ବିହାର ପାଟନାର ରଗ୍‌ବି ଷ୍ଟାର ରାହୁଲ କୁମାର। ବିହାର ପାଇଁ ଅନେକ ଗୌରବ ଆଣିଥିବା ରଗ୍‌ବି ଷ୍ଟାର୍‌ ରାହୁଲ ଲକ୍‌ଡାଉନ୍‌ ପାଇଁ ନିଜର ରୋଜଗାର ହରାଇଥିଲେ। ରଗ୍‌ବି ଷ୍ଟାର ହେବା ସତ୍ତ୍ୱେ ତାଙ୍କୁ ଅନ୍ୟ କୌଣସି ସଂସ୍ଥା କିମ୍ବା ସରକାରଙ୍କ ଠାରୁ ମଧ୍ୟ ସାହାଯ୍ୟ ମିଳି ନ ଥିଲା। ପରିବାରର ଦଶପ୍ରାଣୀ କୁଟୁମ୍ବ ତାଙ୍କ ଉପରେ ନିର୍ଭରଶୀଳ ଥିବାରୁ ଏବେ ଭୋକ ଉପାସରେ ଦିନ କାଟୁଛନ୍ତି। କିନ୍ତୁ ଏହି ସମୟରେ ବି ନିଜ ଧୈର୍ଯ୍ୟ ହରାଇ ନାହାନ୍ତି ରାହୁଲ। ଲକ୍‌ଡାଉନ୍‌ରେ ସେ ଗରିବ ପିଲାମାନଙ୍କୁ ମାଗଣାରେ ରଗ୍‌ବି ପ୍ରଶିକ୍ଷଣ ଦେଉଛନ୍ତି। ମାତ୍ର ୧୦ ବର୍ଷ ବୟସରୁ ରାହୁଲ ରଗ୍‌ବି ଖେଳି ଅନେକ କୃତିତ୍ୱ ଅର୍ଜନ କରିଛନ୍ତି। ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ ଖେଳରେ ଭାଗ ନେଇ ସେ ରାଜ୍ୟ ପାଇଁ ଅନେକ ଥର ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାସଲ କରିଛନ୍ତି। ପେଟପାଟଣା ପାଇଁ ଏବେ ସେ ଋଣ କରି ଗାଁରେ ପରିବାର ସହ ମିଶି ଚାଷ କରୁଛନ୍ତି। କିନ୍ତୁ ରଗ୍‌ବି ନିଶାକୁ ଛାଡ଼ିପାରିନାହାନ୍ତି। ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସେ ସ୍ଥାନୀୟ ଅଞ୍ଚଳରେ ଏକ ରଗ୍‌ବି ସ୍କୁଲ ଖୋଲିବା ପାଇଁ ମଧ୍ୟ ବାରମ୍ବାର ଆବେଦନ କରୁଛନ୍ତି। ମୁଜାଫରପୁର ଓ ପାଟନାରେ ରଗ୍‌ବି ସ୍କୁଲ ଖୋଲିଗଲେ ଅନେକ ସମସ୍ୟାର ସମାଧାନ ହୋଇଯିବ ବୋଲି ସେ କହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଏଇ ଭାରତରେ

ଜାପାନର କୃଷି ପଦ୍ଧତି ଦ୍ୱାରା ଅନୁପ୍ରାଣିତ ହୋଇ କେରଳର ମହିଳା ଚାଷୀ ଉଷା ଶୋଲାପାନି ଲୋପ ପାଇଯାଉଥିବା ୧୦୦୦ କିସମର ଦେଶୀ ଧାନ ସଂରକ୍ଷଣ କରିବାରେ ସକ୍ଷମ…

ଧନ୍ୟ ସେ ଉପାସନା

କେବଳ କ’ଣ କବିମାନେ ପ୍ରକୃତିର ସୌନ୍ଦର୍ଯ୍ୟରେ ବିମୋହିତ ହୋଇ କବିତା ଲେଖୁଥିବେ? କେବଳ କ’ଣ ଏବେ ମଧ୍ୟ ଆମ ଜୀବନରକ୍ଷାକାରୀ ଚାଷୀଭାଇ ଧାନବିଲରେ ହଳ କରୁ କରୁ…

ବିଶ୍ୱ ଚାହେଁ ରାଜନୈତିକ ରୂପାନ୍ତର

ପାଶ୍ଚାତ୍ୟ ଜଗତ ମନୁଷ୍ୟର ବୁଦ୍ଧିଗତ, ଭାବମୟ, ପ୍ରାଣଗତ ଏବଂ ଭୌତିକ ଜୀବନର ବିକାଶକୁ ତା’ର ଆଦର୍ଶ ବୋଲି ଗ୍ରହଣ କରିଥିଲା। ମାତ୍ର ତାହାର ଆମତ୍ିକ ସ୍ଥିତିର ବୃହତର…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri