ଏଇ ଭାରତରେ

ଗୁଆଗଛର ବ୍ୟବସାୟିକ ଦିଗକୁ ଭଲ ଭାବେ ଠାବ କରିଛନ୍ତି କର୍ନାଟକର ସୁରେଶ ଏସ୍‌.ଆର୍‌। ସେ ଓ ତାଙ୍କ ସ୍ତ୍ରୀ ମୈଥିଲି ମିଶି ଗୁଆଗଛରୁ ଏକ ପ୍ରକାର ପରିବେଶ ଉପଯୋଗୀ ତଥା ବିଘଟନଯୋଗ୍ୟ ଭେଗାନ ଲେଦର (ଗଛରୁ ପ୍ରସ୍ତୁତ ଶୁଦ୍ଧ ଚମଡ଼ା) ପ୍ରସ୍ତୁତ କରୁଛନ୍ତି। ଗୁଆ ଗଛର ପତ୍ର, ଖୋଳପା ଓ ଗଣ୍ଡିରୁ ଫାଇବର ବା ତନ୍ତୁ ବାହାର କରି ତାହାକୁ ଶୁଖାଯାଇ ସେଥିରୁ ଶତ ପ୍ରତିଶତ ବିଘଟନ ଯୋଗ୍ୟ ତଥା ଭେଗାନ ଲେଦର ତିଆରି କରାଯାଉଛି। ୨୦୨୦ରେ ସୁରେଶ ତାଙ୍କ ସ୍ତ୍ରୀ ସହ ‘ଭୂମି’ ସଂସ୍ଥା ଆରମ୍ଭ କରି ତା’ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ବିଶେଷକରି ନେଦରଲାଣ୍ଡର ତେର୍ଜିଡ ଭେନହୋଭେନ ଇଣ୍ଡଷ୍ଟ୍ରି ସହଭାଗିତାରେ ତାଙ୍କ ଶିଳ୍ପକୁ ଆଗକୁ ବଢାଇପାରିଛନ୍ତି। ସୁରେଶ ୪ଟି ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ସହଯୋଗରେ ଏହି ଲେଦରରୁ ବିଭିନ୍ନ ଉପତ୍ାଦ ତିଆରି କରୁଛନ୍ତି। ମୁଖ୍ୟତଃ ଚପଲ, ବହି କଭର, ଭ୍ୟାନିଟ ବ୍ୟାଗ, ପେନ୍‌ ଷ୍ଟାଣ୍ଡ ଆଦି ଉପତ୍ାଦ ବେଶ୍‌ ଆକର୍ଷଣୀୟ ହୋଇପାରିଛି। ଏହି ସବୁ ଉପତ୍ାଦକୁ କେବଳ ଭାରତରେ ନୁହେଁ ବିଶ୍ୱ ସ୍ତରରେ ପହଞ୍ଚାଇବା ଲାଗି ତାଙ୍କୁ ସୁଯୋଗ ମିଳିଛି, ଯାହାଦ୍ୱାରା ସେ ଦିଲ୍ଲୀରେ ଅନୁଷ୍ଠିତ ଜି୨୦ ସମ୍ମିଳନୀ ଅବସରରେ ହାଇଦ୍ରାବାଦରେ ଏକ ଷ୍ଟଲ୍‌ ମଧ୍ୟ ଖୋଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

କୃତ୍ରିମ ବୁଦ୍ଧିମତ୍ତା ଓ ମାନବ ଅଧିକାର

ନିକଟରେ ଜଣେ ମହିଳା ଇନ୍‌ଷ୍ଟାଗ୍ରାମ୍‌ରେ ଲେଖିଥିଲେ ଯେ ସେ ଗୋଟିଏ ଆପ୍‌ରେ ଶାଢ଼ିପିନ୍ଧା ଫଟୋ ଅପ୍‌ଲୋଡ କରି ପରିବର୍ତ୍ତିତ ଫଟୋ ଦେଖି ତାଜୁବ ହୋଇଗଲେ। ଏହି...

ଅସୁରକ୍ଷିତ ସ୍କୁଲପିଲା

ଚଳିତବର୍ଷ ନଭେମ୍ବରରେ ନାଇଜେରିଆର ବିଭିନ୍ନ ସ୍କୁଲରୁ ଅନେକ ଶହ ପିଲାଙ୍କୁ ଅପହରଣ କରାଯାଇଥିଲା। ସେହିମାନେ ଏବେ ବନ୍ଦୀ କିମ୍ବା ନିଖୋଜ। ତେବେ ନିକଟରେ ୧୦୦ ଛାତ୍ରଙ୍କୁ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ଆତ୍ମସ୍ଥ ସୁଖ ସନ୍ଧାନେ

ଜଣେ ବ୍ୟକ୍ତି ଥରେ ଜଣେ ସାଧୁବାବାଙ୍କ ନିକଟରେ ପହଞ୍ଚିଲେ ଏକ ଗମ୍ଭୀର ସମସ୍ୟା ନେଇ। ବାବା ଜଣକ ତାଙ୍କୁ ଆଗମନର କାରଣ ପୁଚ୍ଛା କରନ୍ତେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri