ଏଇ ଭାରତରେ

ଶ୍ରମିକମାନଙ୍କୁ ହଳେ ସ୍ଲିପର ଓ ମହିଳାମାନଙ୍କୁ ରୋଜଗାର ଯୋଗାଇବା ଲାଗି ଦିବ୍ୟାଂଶୁ ଉପାଧ୍ୟାୟ ଏକ ଅଭିନବ ଅଭିଯାନ ଚଳାଇଛନ୍ତି। ଦିବ୍ୟାଂଶୁ ରହୁଛନ୍ତି ଉତ୍ତରପ୍ରଦେଶ ବନାରସରେ। ସେ ଆଇନରେ ଡିଗ୍ରୀ କରିଛନ୍ତି। ସେ ତାଙ୍କ ସାଥୀ ରବି ମିଶ୍ରଙ୍କ ସହ ମିଶି ୨୦୧୫ରେ ‘ହୋପ୍‌ ଓ୍ବେଲ୍‌ଫେୟାର ଟ୍ରଷ୍ଟ’ ଗଠନ କରି ତା’ସାହାଯ୍ୟରେ ଏହି କାର୍ଯ୍ୟ କରୁଛନ୍ତି। ସେ ଯେଉଁ ଚପଲ ତିଆରି କରୁଛନ୍ତି ତାହାର ଦାମ୍‌ ୧୦୦ ଟଙ୍କା ରଖିଛନ୍ତି। ଏହା ପଛର ଉଦ୍ଦେଶ୍ୟ ହେଉଛି ଜଣେ ବ୍ୟକ୍ତି ୧୦୦ଟଙ୍କା ଦେଇ ଚପଲ କିଣି ତାହାକୁ ଶ୍ରମିକ ଓ ତାଙ୍କ ପିଲାମାନଙ୍କୁ ଦାନ ଦେଉଛନ୍ତି। ବଡ଼ କଥା ହେଉଛି, ଚପଲ ତିଆରି କରିବା ଲାଗି ଦିବ୍ୟାଂଶୁ ‘ଗ୍ରୀନ୍‌ ଆର୍ମି’ ଗଠନ କରିଛନ୍ତି। ଏଥିରେ ସେ କେବଳ ମହିଳାମାନଙ୍କୁ ସାମିଲ କରି ଚପଲ ତିଆରି କାର୍ଯ୍ୟରେ ନିୟୋଜିତ କରିଛନ୍ତି। ଗୋଟିଏ ପଟେ ମହିଳାମାନେ ଜୀବିକା ପାଉଛନ୍ତି ଓ ଅନ୍ୟପକ୍ଷେ ଶ୍ରମିକମାନେ ମାଗଣାରେ ଚପଲ ବି ପାଇପାରୁଛନ୍ତି। ପ୍ରଥମେ ୨୫ ମହିଳାଙ୍କୁ ନେଇ ଗ୍ରୀନ୍‌ ଆର୍ମି ଗଠନ କରାଯାଇଥିଲା। ଏବେ ଉତ୍ତରପ୍ରଦେଶର ୨୫୦ଟି ଗାଁର ୨୨୦୦ ମହିଳା ଏଥିରେ ସାମିଲ ହୋଇ ଚପଲ ତିଆରି ଓ ବିକ୍ରି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଘଣ୍ଟା ଅଛି, ସମୟ କାହିଁ

ଆଜିକୁ ପ୍ରାୟ ପଚାଶ ବର୍ଷତଳେ ବାହାଘରରେ ଜ୍ୱାଇଁଙ୍କୁ ଉପହାର ଦିଆଯାଉଥିଲା ଘଣ୍ଟା, ସାଇକେଲ ଓ ରେଡିଓ। ସମୟର ଦୌଡ଼ରେ ଧୀରେ ଧୀରେ ସାଇକେଲ୍‌ର ଚାହିଦା କମି କମି…

ଧ୍ୟାନ ଭଗ୍ନକାରୀ ନୀତି ବନାମ ଉତ୍ତରଦାୟିତ୍ୱ

ନିଜର ଦୋଷଦୁର୍ବଳତା ତଥା ଅପାରଗତା ଲୁଚାଇବାକୁ ଚେଷ୍ଟା କରି ଅନେକ ବ୍ୟକ୍ତି ଅନ୍ୟ ଉପରେ ଦୋଷ ଲଦିଦେଇ ଅନ୍ୟର ଉପକାର ନିମିତ୍ତ କୃତଜ୍ଞତା ବଦଳରେ କୃତଘ୍ନ ରୂପେ…

ଦୁଇ ବିପଜ୍ଜନକ ନିଷ୍ପତ୍ତି

୨୦୦୦ ମସିହାରେ ଜିମ୍ବାଓ୍ବେର ପୂର୍ବତନ ଏକଚ୍ଛତ୍ରବାଦୀ ଶାସକ ରବର୍ଟ ମୁଗାବେ ଦେଶର ଜାତୀୟ ଲଟେରିରେ ସବୁଠୁ ବଡ଼ ପୁରସ୍କାର ଜିତିଥିଲେ। ସେ ଏକ ସାଧାରଣ କାରଣ ପାଇଁ…

ପ୍ରେମ ଓ ଫଲ୍‌ଗୁର ଯାତ୍ରା

ଆଜକୁ ୮୦୦ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳନ ହୋଇଆସୁଛି। ଏହା କେବଳ ଓଡ଼ିଶାର ଆଞ୍ଚଳିକ ପର୍ବ ନୁହେଁ, ସମଗ୍ର ଭାରତ ଓ ଭାରତ ବାହାରେ ଥିବା…

ଆଧୁନିକ ଭସ୍ମାସୁର

ଭସ୍ମାସୁର ଗପ ଆମେ ସମସ୍ତେ ପଢ଼ିଛନ୍ତି ପିଲାବେଳେ କିମ୍ବା ଶୁଣିଛନ୍ତି ଗୁରୁଜନଙ୍କ ପାଖରୁ। ଭାରତୀୟ ପୁରାଣ ସାହିତ୍ୟରେ ଥିବା ରାଶିରାଶି ଗଳ୍ପରାଜି ଭିତରୁ ଏହା ଏକ ପ୍ରତୀକାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri