ଏଇ ଭାରତରେ

ପିଲାଙ୍କ ଖୁସି ପାଇଁ ସବୁକିଛି ତ୍ୟାଗ କରିବାକୁ ପଛାନ୍ତି ନାହିଁ ମାତାପିତା, କିନ୍ତୁ ଏମିତି କେତେଜଣ ଅଛନ୍ତି ଯେଉଁମାନେ ପିଲାମାନଙ୍କୁ ଏକ ଯନ୍ତ୍ରଣାମୟ ଜୀବନ ବଞ୍ଚିବା ପାଇଁ ବାଧ୍ୟ କରନ୍ତି। ବିଶ୍ୱାସ ହେଉ ନ ଥିଲେ ବି ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ଗ୍ବାଲିୟର ରେଳଷ୍ଟେଶନରେ। ଏଠାରେ ତିନି ସନ୍ତାନଙ୍କୁ ଛାଡି ଦେଇ ପଳାୟନ କରିଛନ୍ତି ଦମ୍ପତି।
ତିନି ସନ୍ତାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଝିଅ ଏବଂ ଗୋଟିଏ ୨ ମାସର ଶିଶୁପୁତ୍ର। ଏମାନଙ୍କ ମଧ୍ୟରେ ବଡ ଝିଅର ବୟସ ୭ ବର୍ଷ ଓ ସାନ ଝିଅର ବୟସ ୬ ବର୍ଷ , କିନ୍ତୁ ସେମାନେ ତାଙ୍କ ମାତାପିତାଙ୍କ ବିଷୟରେ କିଛି ବି କହିପାରୁ ନାହାନ୍ତି ା ତେବେ ସେମାନେ ନିଜ ମାତାପିତାଙ୍କ ସହ ଷ୍ଟେଶନକୁ ଆସିଥିଲେ ଏବଂ ସେଠାରେ ଛାଡି ସେମାନେ ଚାଲି ଯାଇଛନ୍ତି। ଦୀର୍ଘ ସମୟ ପିଲାମାନେ ସେହିଠାରେ ବସି ରହିଥିବା ଦେଖି ଆର୍‌ପିଏଫ୍‌ ସେମାନଙ୍କୁ ଉଦ୍ଧାର କରି ମହିଳା ଏବଂ ବାଳ ବିକାଶ କେନ୍ଦ୍ରରେ ଭର୍ତ୍ତି କରିଛି। ଘଟଣା ସମ୍ପର୍କରେ ଜାଣିବା ପାଇଁ ପୋଲିସ ଯାଞ୍ଚ ଆରମ୍ଭ କରିଛି। ତେବେ ପିଲାଙ୍କ ମାତାପିତାଙ୍କୁ ଠାବ କରିବା ପରେ ହିଁ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ଆଶା ରଖିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଏଆଇ ସୁରକ୍ଷା ଚିନ୍ତା

ଓପନ୍‌ଏଆଇର ସିଇଓ ସାମ୍‌ ଅଲ୍ଟମ୍ୟାନ୍‌ ସ୍ପଷ୍ଟ କରିଛନ୍ତି ଯେ ସୁରକ୍ଷା ଚିନ୍ତା ଯୋଗୁ କମ୍ପାନୀ ୨୦୨୬ରେ ଏହାର ଆଇପିଓ (ପ୍ରାରମ୍ଭିକ ପବ୍ଲିକ୍‌ ଅଫରିଂ) ଲଞ୍ଚ କରିବ ନାହିଁ।…

ଗଣତନ୍ତ୍ରର ରାଜତନ୍ତ୍ରୀକରଣ

ଗତ ଜୁଲାଇରେ ବିହାର ରାଜ୍ୟ କିନ୍ନର ଜନମଙ୍ଗଳ ସମିତି ସେହି ସମାଜର ମଙ୍ଗଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ଅବଦାନକୁ ସ୍ବୀକୃତି ଦେଇ ତାଙ୍କର ଏକ…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?