ଏଇ ଭାରତରେ

ବିବାହ ସମୟରେ ଯୌତୁକ ଦେବା ନେବା କିମ୍ବା ଭୋଜିରେ ଖାଇବା ପିଇବାକୁ ନେଇ ଅନେକ ସମୟରେ ବରପକ୍ଷ ଓ କନ୍ୟାପକ୍ଷ ମଧ୍ୟରେ ଝଗଡ଼ା ଦେଖିବାକୁ ମିଳିଥାଏ। ହେଲେ ଗୋଟିଏ ନଡ଼ିଆ ପାଇଁ ଉଭୟ ପକ୍ଷ ଝଗଡ଼ା କରି ବିବାହ ବନ୍ଦ କରିବା ଘଟଣା ଶୁଣିଛନ୍ତି! ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ଗ୍ବାଲିଅରରେ। ଏଠାରେ ବେହଟ ଥାନା ଅଞ୍ଚଳରେ ନୀଲୁ ମାହୋର ଓ ପ୍ରଦୀପ ମାହୋରଙ୍କର ବିବାହ ଅନୁଷ୍ଠିତ ହେଉଥିଲା। ଶୋଭାଯାତ୍ରାରେ ବର ଆସିବା ପରେ ବିବାହ କାର୍ଯ୍ୟ ମଧ୍ୟ ସୁରୁଖୁରୁରେ ଚାଲିଥିଲା। ହେଲେ ବିବାହ କର୍ମ ଅଧା ହେବା ବେଳକୁ ନଡ଼ିଆ ଭଲ ନ ଥିବାରୁ ହଠାତ୍‌ ଆରମ୍ଭ ହୋଇଥିଲା ଝଗଡ଼ା। ବେଦି ଉପରେ କର୍ମ ପାଇଁ ଆସିଥିବା ନଡ଼ିଆକୁ ନେଇ ବରପକ୍ଷ କିଛି ଟିପ୍ପଣୀ ଦେବାରୁ ସେହି କଥାକୁ ନେଇ ପାଟିତୁଣ୍ଡ ଆରମ୍ଭ ହୋଇଯାଇଥିଲା। କଥା ଏମିତି ହୋଇଥିଲା ଯେ ଶେଷରେ ବିବାହ କର୍ମ ବନ୍ଦ କରିବାକୁ ପଡିଥିଲା ଓ ଘଟଣା ଯାଇ ପହଞ୍ଚତ୍ଥିଲା ଥାନାରେ। ତେବେ ଦୁଇପକ୍ଷଙ୍କ ଯୁକ୍ତି ଶୁଣିବା ପରେ ପୋଲିସ ଉଭୟ ପକ୍ଷଙ୍କୁ ବହୁ କଷ୍ଟରେ ବୁଝାଇବା ପରେ ପୁଣିଥରେ ବିବାହ କର୍ମ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri