ଏଇ ଭାରତରେ

ଗତ ୪ଶହ ବର୍ଷ ଧରି ମଧ୍ୟପ୍ରଦେଶର ରାଜଗଡ଼ ଜିଲା ସଙ୍କ୍‌ ଶ୍ୟାମ୍‌ ଜୀ ଗାଁରେ କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ ବାହାରେ ଥିବା ଏକ ଘରକୁ ନିଆଯାଇଥାଏ, ଯାହାକି କେବଳ ପ୍ରସବ ପାଇଁ ନିର୍ମିତ ହୋଇଛି। ଗାଁ ଉପରେ ଏକ ଅଭିଶାପ ରହିଛି। ଏଠାରେ ପ୍ରସବ ହେଲେ ମା’ କିମ୍ବା ଶିଶୁଙ୍କର ମୃତ୍ୟୁ ଘଟିଥାଏ। ନଚେତ୍‌ ଶିଶୁ ବିକଳାଙ୍ଗ ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କର ବିଶ୍ୱାସ ରହିଛି। ଏହା ପଛର ଅଜଣା ରହସ୍ୟ କ’ଣ ତାହା ଗ୍ରାମବାସୀଙ୍କୁ ଜଣାନାହିଁ। ତେବେ ଏଭଳି ଘଟଣା ୧୬୦୦ ମସିହାରୁ ବାରମ୍ବାର ଘଟିବାରୁ ଶେଷରେ ଗାଁରେ ପ୍ରସବକୁ ବାରଣ କରାଯାଇଛି। ଏହି ପରମ୍ପରା ଏବେ ଏଠାରେ ଜାରି ରହିଛି। ଗାଁର ୯୦ ପ୍ରତିଶତ ପ୍ରସବ ହସ୍ପିଟାଲରେ ହୋଇଥାଏ। ଅତି ଜରୁରୀ କ୍ଷେତ୍ରରେ ଗାଁ ବାହାରେ ଥିବା ପ୍ରସବ ଘରେ ଶିଶୁ ଜନ୍ମ ନେଇଥାନ୍ତି। ଗାଁରେ ଆମିଷ ଓ ମଦ୍ୟପାନକୁ ମଧ୍ୟ ବାରଣ କରାଯାଇଛି। ଅଜଣା ଅଭିଶାପ ଯୋଗୁ ତାଙ୍କ ଗାଁରେ କେହି ମଦ୍ୟ କିମ୍ବା ଧୂମପାନ କରି ନ ଥାନ୍ତି। ଏହା ଗାଁ ପାଇଁ ବରଦାନ ପାଲଟିଛି ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏ’ ରୁ ‘ବି’

ଗତ କିଛି ବର୍ଷ ମଧ୍ୟରେ ଭାରତର ମାନବ ଅଧିକାର ରେକର୍ଡ ଉପରେ ଅନ୍ତର୍ଜାତୀୟ ସ୍ତରରେ ତୀକ୍ଷ୍‌ଣ ନଜର ରଖାଯାଇଛି। ନିକଟରେ ମଣିପୁରରେ ଦେଖାଦେଇଥିବା ଜାତିଆଣ ବିବାଦରେ...

ମହାତ୍ମା ଓ ମଜଦୁର

ଅଷ୍ଟାଦଶ ଶତାବ୍ଦୀରେ ଇଉରୋପର ଶିଳ୍ପ ବିପ୍ଳବ ପରେ ଯେଉଁ ବୁର୍ଜୁଆ ଗୋଷ୍ଠୀର ଆବିର୍ଭାବ ଘଟିଲା, ସେମାନେ ଶ୍ରମ ତୁଳନାରେ ପୁଞ୍ଜିକୁ ଅଧିକ ଗୁରୁତ୍ୱ ଦେଲେ ଏବଂ...

ନୈତିକତାର ନତମସ୍ତକ ନ ହେଉ

ମଣିଷ ସମାଜରେ ସର୍ବଶ୍ରେଷ୍ଠ ପ୍ରାଣୀ ହିସାବରେ ମର୍ଯ୍ୟାଦାର ସହ ବଞ୍ଚିଥାଏ କେବଳ ନୀତି, ନୈତିକତା, ଆଦର୍ଶ, ବିବେକ, ନିଷ୍ଠା ଆଦିର ପରିପୂର୍ଣ୍ଣ ଜୀବନକୁ ପାଥେୟ କରି,...

ଏଇ ଭାରତରେ

ଏମିତି ଘର, ଯାହା ମାଟିରେ ରହିବ ପୁଣି ପାଣିରେ ଭାସିବ। ଏଭଳି ଏକ ଆମ୍ଫିବିୟସ (ଉଭୟ ମାଟି ଓ ପାଣିରେ ରହି ପାରୁଥିବା) ଘର ନିର୍ମାଣ...

ଏଇ ଭାରତରେ

ଜିଆଖତରୁ ବର୍ଷକୁ ୧.୫ କୋଟି ଟଙ୍କା ରୋଜଗାର କରୁଛନ୍ତି କଶ୍ମୀରର ଅବଦୁଲ ଅହାଦ ଲୋନ୍‌। ସେ ତାଙ୍କର ୫ ଏକର ପରିମିତ ଆପଲ ଓ ଓ୍ବାଲ୍‌ନଟ୍‌...

ବିଭାଗର ନାମ ଭିଜିଲାନ୍ସ

ହରିଶଙ୍କର ମିଶ୍ର ଆମ ରାଜ୍ୟରେ ଯେଉଁ ପ୍ରବକ୍ତାମାନେ ରାଜ୍ୟ ଦୁର୍ନୀତିମୁକ୍ତ ବୋଲି ପ୍ରଚାର ସର୍ବସ୍ବ ଡିଣ୍ଡିମ ପିଟୁଛନ୍ତି ସେମାନେ ନିଶ୍ଚିତ ଦୁର୍ନୀତିକୁ ରାଜ୍ୟର ନୀତି ଭାବେ...

ଓଡ଼ିଆ ଭାଷା ସାହିତ୍ୟରେ ‘ବର୍ଣ୍ଣବୋଧ’

ବିିପିନ ବିହାରୀ ରାଉତ ଚକା ଚକା ଭଉଁରି, ମାମୁ ଘର ଚଉଁରି’, ‘ରାତି ପାହିଲାଣି ରାବଇ କାଉ, ଉଠ ଉଠ ମଠ ନ କର ଆଉ’,...

ଡଙ୍ଗା ଯାଉଛି କୁଆଡ଼େ

ଗୁଜରାଟ ପୋରବନ୍ଦର ଉପକୂଳରେ ତଟ ସୁରକ୍ଷା ବାହିନୀ, ଆତଙ୍କବାଦୀ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବୋର୍ଡ(ଏନ୍‌ସିବି)ର ମିଳିତ ଅଭିଯାନରେ ୮୬ କେ.ଜି. ଡ୍ରଗ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri