ଏଇ ଭାରତରେ

ଶ୍ରାବଣ ମାସ ପାଖେଇ ଆସୁଥିବା ବେଳେ ଏହି ସମୟରେ ହଜାର ହଜାର ଶିବଭକ୍ତ କାଉଡି ଯାତ୍ରାରେ ବାହାରିବେ। କାଉଡିଆଙ୍କ ବିଶ୍ରାମ ପାଇଁ ପଥ ପାର୍ଶ୍ୱରେ ଠାଏ ଠାଏ ବିଶ୍ରାମାଗାର କରାଯିବା ସହିତ ସେମାନଙ୍କ ବାହୁଙ୍ଗି ରଖିବା ପାଇଁ ବାଉଁଶ ଆଡି ବ୍ୟବସ୍ଥା କରାଯାଇଥାଏ। ଏଥର କାଉଡି ଯାତ୍ରାରେ ଯାଉଥିବା ଭକ୍ତଙ୍କ ଉପରେ ଆକାଶମାର୍ଗରୁ ଫୁଲ ବର୍ଷା ହେବ। ଉତ୍ତରପ୍ରଦେଶ ସରକାରଙ୍କର ଏହା ଏକ ଅଭିନବ ପଦକ୍ଷେପ। ହେଲିକପ୍ଟର ଯୋଗେ ସେମାନଙ୍କ ଉପରକୁ ଫୁଲ ପକାଇବାର ବ୍ୟବସ୍ଥା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଯାତ୍ରା ସମୟରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ପ୍ରସ୍ତୁତ ରହିବାକୁ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ କାଉଡିଆମାନେ ପ୍ଲାଷ୍ଟିକ ଓ ଥର୍ମୋକୁଲ ବ୍ୟାଗ୍‌ର ବ୍ୟବହାର ନ କରିବା ଏବଂ ଏମାନଙ୍କ ଯାତ୍ରା ପଥରେ କୌଣସି ମଦ ଦୋକାନ ଓ କଂସେଇଖାନା ଯେପରି ନ ରୁହେ ସେଥିପ୍ରତି ଦୃଷ୍ଟିଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କୁମ୍ଭମେଳା ଭଳି କାଉଡି ଯାତ୍ରାକୁ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଚଳିତ ବର୍ଷ ଜୁଲାଇ ୧୭ରୁ କାଉଡି ଯାତ୍ରା ଆରମ୍ଭ ହେଉଥିବାବେଳେ ୟୁପି ସରକାରଙ୍କ ଏଭଳି ଅଭିନବ ପଦକ୍ଷେପ ଶିବଭକ୍ତଙ୍କ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ ସଦୃଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଗଣତନ୍ତ୍ରରେ ଅଭାବୀ ବିକଳ୍ପ

ଏକ ଚା’ ଖଟିରେ ଦୁଇ ବନ୍ଧୁ ପରସ୍ପର ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ ଏବଂ ଜଣେ ବନ୍ଧୁ ଅନ୍ୟ ଜଣେ ବନ୍ଧୁଙ୍କ ସହିତ କଥୋପକଥନ ଛଳରେ କହୁଥା’ନ୍ତି-…

ପୁରୁଷ, ନାରୀ ଓ ସଭ୍ୟତା

ଓଡ଼ିଶା ଆଜି ନିଜକୁ ଉନ୍ନତି ପଥରେ ଆଗେଇ ନେବାକୁ ଦୃଢ଼ ଚେଷ୍ଟା କରୁଛି। ନୂଆ ରାସ୍ତା, ବଡ଼ ବଡ଼ କୋଠା, ଶିଳ୍ପ ପାର୍କ, ଡିଜିଟାଲ ସେବା, ସରକାରୀ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri