ଏଇ ଭାରତରେ

ବିବାହ ପାଇଁ କନ୍ୟା ରଖିଲେ ସର୍ତ୍ତ। ଏ କଥା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ୍ୟ। ମଧ୍ୟପ୍ରଦେଶର ଗ୍ବାଲିୟର ଅଞ୍ଚଳରେ ଏପରି ଏକ ଘଟଣା ଘଟିଛି। ଶହେ ଚାରାରୋପଣ କରିବା ପରେ ବରଯାତ୍ରୀ ନେଇ ବିବାହ ଲାଗି ଆସିବାକୁ ସେ ବରଘରକୁ ପରାମର୍ଶ ଦେଇଛନ୍ତି। ବରଘର ଏଭଳି ସର୍ତ୍ତ ଶୁଣି ପ୍ରଥମେ ଆଶ୍ଚର୍ଯ୍ୟ ହୋଇଥିଲେ। କିନ୍ତୁ ପରେ କନ୍ୟାଙ୍କ ସର୍ତ୍ତକୁ ସମ୍ମାନ ଜଣାଇ ପରିବେଶ ସୁରକ୍ଷା ଲାଗି ଚାରାରୋପଣ ଆରମ୍ଭ କରିଛନ୍ତି। ସ୍ଥାନୀୟ ଇନ୍ଦ୍ରମଣି ନଗରରେ ବାସ କରୁଥିବା ପଣ୍ଡିତ ଅଶୋକ ଦୁବେଙ୍କ କନ୍ୟା ନୀତୁ ଏକ ଘରୋଇ ବିଦ୍ୟାଳୟରେ ଚାକିରି କରନ୍ତି। ରୟୋପୁର ବାସିନ୍ଦା ଆଶୁ ଦୀକ୍ଷିତଙ୍କ ସହିତ ତାଙ୍କର ବିବାହ ଠିକ୍‌ ହୋଇଥିଲା। ନୀତୁ ନିଜର ସର୍ତ୍ତ ସମ୍ପର୍କରେ ଆଶୁଙ୍କୁ ଅବଗତ କରାଇଥିଲେ। ଆଶୁଙ୍କ ପିତା ଉପେନ୍ଦ୍ର ଦୀକ୍ଷିତ ନୀତୁଙ୍କ ସର୍ତ୍ତକୁ ସମ୍ମାନ ଜଣାଇବା ସହିତ ଏବେ ଚାରାରୋପଣ ଜାରି ରଖିଛନ୍ତି। ଏହି ବିବାହ ସର୍ତ୍ତ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri