ଏଇ ଭାରତରେ

ମା’ଓ ପୁଅ ସମ୍ପର୍କ ଅତି ନିବିଡ଼। ପୁଅ ପାଇଁ ମା’ ଜୀବନକୁ ବାଜି ଲଗାଇପାରେ। ମା’ର ସ୍ନେହଳ ଡାକରେ ରହିଛି ଚମତ୍କାରିତା। ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ। ଏହାର ସଦ୍ୟତମ ଉଦାହରଣ ତେଲେଙ୍ଗାନା ସୂର୍ଯ୍ୟାପେଟ୍‌ ଜିଲାରେ ଦେଖିବାକୁ ମିଳିଛି। ସ୍ଥାନୀୟ ପିଲ୍ଲାଲମେରୀ ଗାଁରେ ବାସ କରୁଥିବା ୧୮ ବର୍ଷ ବୟସ୍କ ଗନ୍ଧମ୍‌ କିରନ୍‌ଙ୍କୁ ଜୁନ୍‌ ୨୬ରେ ଜ୍ୱର ହୋଇଥିଲା। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜୁନ୍‌ ୨୮ରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦ୍‌ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଜୁଲାଇ ୩ରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ବ୍ରେନ୍‌ଡେଡ୍‌ ଘୋଷଣା କରି ତାଙ୍କଠାରୁ ସମସ୍ତ ଲାଇଫ୍‌ ସପୋର୍ଟ ଉପକରଣ ହଟାଇ ଦେଇ ଘରକୁ ପଠାଇ ଦେଇଥିଲେ। ଘରେ ପରିବାର ସଦସ୍ୟ ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତ ହେଉଥିଲାବେଳେ ପୁଅ ନିକଟରେ ବସି ମା’ ବିକଳରେ କାନ୍ଦିବାକୁ ଲାଗିଥିଲେ। ମା’ଙ୍କ କାନ୍ଦରେ ହଠାତ୍‌ ଗନ୍ଧମ୍‌ଙ୍କ ଆଖିରୁ ଲୁହ ବୋହିବା ଆରମ୍ଭ କରିଥିଲା। ଏନେଇ ପରିବାର ସଦସ୍ୟ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗ କରିବା ସହିତ ଗନ୍ଧମ୍‌ଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଏହାପରେ ତାଙ୍କର ସ୍ଥିିତିରେ ପରିବର୍ତ୍ତନ ଘଟି ଧୀରେ ଧୀରେ ସେ ସ୍ବାଭାବିକ ଅବସ୍ଥାକୁ ଫେରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri