ଏଇ ଭାରତରେ

ଏକ ପରିବାର ଅଦାଲତ ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ରାୟ ଦେବା ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଥିଲେ। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ର ରାୟପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ଥାନୀୟ ପାମ୍‌ଗଡ ଥାନା ଅଞ୍ଚଳରେ ବାସକରୁଥିବା ପୁନିରାମ ସାହୁ ଏବଂ ତାଙ୍କ ସ୍ତ୍ରୀ ଯଶୋଧାରାଙ୍କ ମଧ୍ୟରେ ଛାଡ଼ପତ୍ର ମାମଲାର ବିଚାର ଦୀର୍ଘ ୨୦ ବର୍ଷ ଧରି ଚାଲିଛି। ପୁନିରାମ ଜଣେ ପରିବା ବେପାରୀ। ପରିବାର କୋର୍ଟ ପକ୍ଷରୁ ଯଶୋଧାରାଙ୍କୁ ୩୩ ହଜାର ୮ଶହ ଟଙ୍କା ଭରଣପୋଷଣ ଦେବାକୁ ପୁନିରାମଙ୍କୁ ଆଦେଶ ଦିଆଯାଇଥିଲା। ପୁନିରାମ ନିଜ ପାଖରେ ଥିବା ଟଙ୍କିକିଆ, ୨ ଟଙ୍କିଆ, ୫ ଟଙ୍କିଆ ଏବଂ ୧୦ ଟଙ୍କିଆ କଏନ୍‌ ଥିବା ୫ଟି ବସ୍ତା ନେଇ ପହଞ୍ଚିଥିଲେ। ତେବେ ବିଚାରପତି କିରଣ ଚତୁର୍ବେଦୀ ଏହାକୁ ଗଣିବାକୁ ପୁନିରାମଙ୍କୁ କହିଥିଲେ। ସେ କୋର୍ଟ ଚଟାଣରେ ବସି ୩୩ ହଜାର ଟଙ୍କାର କଏନ୍‌ ଗଣିଗଣି ଯଶୋଧାରାଙ୍କୁ ଦେଇଥିଲେ। ଅବଶିଷ୍ଟ ୮ଶହ ଟଙ୍କା ୨୨ ଜୁଲାଇରେ ଦେବାକୁ କୋର୍ଟ ପୁନିରାମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କଏନ୍‌ ବସ୍ତା ଯଶୋଧାରା ନେବାକୁ ମନାକରିବାରୁ ପୁନିରାମ ଏହାକୁ ବୋହିନେଇ ତାଙ୍କ ଘରେ ଦେଇଥିବା କୁହାଯାଉଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri