ଏଇ ଭାରତରେ

ଜିଭ କାଟି ମହାଦେବଙ୍କୁ ଅର୍ପଣ କଲେ ଯୁବକ। ଆଧୁନିକ ବିଜ୍ଞାନ ଯୁଗରେ ଏବେ ମଣିଷ ଚନ୍ଦ୍ରରେ ବସତି ସ୍ଥାପନ କରିବାକୁ ଚିନ୍ତା କରୁଛି। ଏପରି ସ୍ଥଳେ କେତେକ ଲୋକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ନାନା ଅବିଶ୍ୱସନୀୟ କାର୍ଯ୍ୟ କରୁଛନ୍ତି। ଛତିଶଗଡ଼ରେ ସମ୍ପ୍ରତି ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ କୋରବା ଅଞ୍ଚଳରେ ଥିବା କରତାଲା-ସେନ୍ଦ୍ରୀପାଲି ଜନଜାତିବହୁଳ ଗାଁରେ ଜଣେ ଯୁବକ ମାନସିକ ପୂରଣ ପାଇଁ ମହାଦେବ ମନ୍ଦିରରେ ଶିବଲିଙ୍ଗଙ୍କୁ ନିଜ ଜିଭ କାଟି ଅର୍ପଣ କରିଛନ୍ତି। ଲକ୍ଷ୍ମୀପ୍ରସାଦ ନାମକ ଏହି ଯୁବକ ସକାଳୁ କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ। ତେବେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ଖୋଜାଖୋଜି ଆରମ୍ଭ ହୋଇଥିଲା। ଶେଷରେ ଲକ୍ଷ୍ମୀପ୍ରସାଦ ଗାଁ ମୁଣ୍ଡରେ ଥିବା ଶିବମନ୍ଦିରରେ ଚୁପ୍‌ଚାପ୍‌ ବସିଥିବା ଦେଖିବାକୁ ମିଳିଥିଲା। ମନ୍ଦିରର ଶିବଲିଙ୍ଗ ଉପରେ ଲକ୍ଷ୍ମୀପ୍ରସାଦଙ୍କର କଟାଜିଭ ରହିଥିବା ଲୋକେ ଦେଖିଥିଲେ। ମାତ୍ର ଗାଁ ଲୋକେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବା ପରିବର୍ତ୍ତେ ତାଙ୍କର ପୂଜାର୍ଚ୍ଚନା ଆରମ୍ଭ କରିଥିଲେ। ଏବେ ତାଙ୍କ ପାଇଁ ସେଠାରେ ତମ୍ବୁ ଟଣା ଯାଇଥିବା କୁହାଯାଉଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ସମସ୍ୟା: ଏକ ସୁଯୋଗ

ଯଦିଓ ଆମର ଜ୍ଞାନୀଗୁଣୀଜନ ପ୍ରତ୍ୟେକ ମଣିଷର ବଳକୁ ଶତସିଂହର ବଳ ସହ ତୁଳନା କରିଛନ୍ତି, କିନ୍ତୁ ସ୍ଥଳବିଶେଷରେ ଦେଖୁ ହାରାହାରି ଚିନ୍ତନ କରିପାରୁଥିବା ବା କ୍ଷମତା ରଖୁଥିବା…

ଆର୍ଦ୍ରଭୂମିର ଗୁରୁତ୍ୱ ଓ ସଂରକ୍ଷଣ

ଜଳ ଆମ ଗ୍ରହର ୭୧ ଶତାଂଶ ଅଞ୍ଚଳକୁ ଆଚ୍ଛାଦିତ କରେ ଏବଂ ନଦନଦୀ, ହ୍ରଦ, ପୁଷ୍କରିଣୀଠାରୁ ସମୁଦ୍ର ପରି ବିଭିନ୍ନ ଉତ୍ସରେ ଉପଲବ୍ଧ ହୋଇ ଜଳୀୟ ପରିସଂସ୍ଥାକୁ…

ନେତାଙ୍କୁ ଅନୁସରଣ

ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦବୀ ଛାଡ଼ି ରାଜ୍ୟ ସଭାକୁ ଯିବା ପରେ ବିହାରର ବରିଷ୍ଠ ବାବୁମାନଙ୍କ ଏକ ଦଳ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଡେପୁଟେଶନରେ ଯାଇପାରନ୍ତି ବୋଲି…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri