ଏଇ ଭାରତରେ

କୌଣସି ବ୍ୟକ୍ତି ଅପରାଧ କରି ଦୋଷୀ ସାବ୍ୟସ୍ତ ହେଲେ ତାଙ୍କୁ ଦଣ୍ଡବିଧାନ ସ୍ବରୂପ ଜେଲ୍‌ରେ ରଖାଯାଇଥାଏ। କିନ୍ତୁ ଆମ ଭାରତରେ ଏପରି ଏକ ଜେଲ୍‌ ରହିଛି ଯେଉଁଠି ଦେଶବିଦେଶରୁ ପର୍ଯ୍ୟଟକମାନେ ଆସି କଏଦୀଭାବେ ରହିବାକୁ ପସନ୍ଦ କରନ୍ତି। କଏଦୀଙ୍କ ଭଳି ସୁବିଧାସୁଯୋଗ ମିଳେ ଏହି ଜେଲ୍‌ରେ। ପର୍ଯ୍ୟଟକଙ୍କୁ ଟିକେଟ କାଟି ଜେଲ୍‌ ଭିତରକୁ ଆସିବାକୁ ପଡ଼ିଥାଏ। ଏପରି ଏକ ଜେଲ୍‌ ତେଲେଙ୍ଗାନା ମେଡକଠାରେ ରହିଛି। ସାଙ୍ଗାରେଡ୍ଡୀ ଜେଲ୍‌ ଭାବେ ଏହା ବେଶ୍‌ ଜଣାଶୁଣା। ଏଠାରେ ବନ୍ଦୀ ଜୀବନ କାଟିବାକୁ ଚାହୁଁଥିବା ବ୍ୟକ୍ତି ୫ଶହ ଟଙ୍କା ଦେଇ ଟିକେଟ କାଟିଥାନ୍ତି। ସେମାନଙ୍କୁ କଏଦୀଙ୍କ ପୋଷାକ, ଆଲୁମିନିୟମ୍‌ ବାସନ ଆଦି ଯୋଗାଇ ଦିଆଯାଏ। ଏହା ସହିତ କଏଦୀଙ୍କ ଭଳି ଖାଦ୍ୟ ମଧ୍ୟ ଦିଆଯାଏ। ୨୨୩ ବର୍ଷର ପୁରୁଣା ଏହି ଜେଲ୍‌ ଏବେ ସଂଗ୍ରହାଳୟ ପାଲଟିଛି। ୧୭୯୬ ମସିହାରେ ଏହା ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ। ଜେଲ୍‌ ୩ ଏକର ପରିମିତ ଅଞ୍ଚଳରେ ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ପିଲା ଖୋଜୁଛନ୍ତି ସାର୍‌ଙ୍କୁ

ପ୍ରତି ଶିକ୍ଷା ବର୍ଷ ଆରମ୍ଭରେ ପିଲାମାନେ ସାର୍‌ଙ୍କୁ ଖୋଜନ୍ତି। କାହଁିକିନା ସେମାନଙ୍କର ପାଠପଢ଼ା ଆରମ୍ଭ ହେବ। ସାର୍‌ ନ ଥିଲେ ପାଠପଢ଼ା ସମ୍ଭବ ନୁହେଁ। ଅବଶ୍ୟ ଆଜିକାଲି…

ସବୁଜିମା ସୁରକ୍ଷାର ମହତ୍ତ୍ୱ

ସବୁଜିମା ସୃଷ୍ଟିର ଏକ ଅସାଧାରଣ ଦୃଷ୍ଟାନ୍ତର ଅବତାରଣା ଏଠାରେ ଅତ୍ୟନ୍ତ ପ୍ରଯୁଜ୍ୟ। ଦିବା ତାପମାତ୍ରା ୬୦ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରୁଥିବା ଏବଂ ରାତିରେ ହଠାତ୍‌ ଶୀତଳ…

କାର୍ଯ୍ୟକାଳ ବୃଦ୍ଧିରେ ଦ୍ୱନ୍ଦ୍ୱ

ହରିୟାଣା ସରକାର ମୁଖ୍ୟ ଶାସନ ସଚିବ ଅନୁରାଗ ରସ୍ତୋଗୀଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ୧ ବର୍ଷ ପାଇଁ ବୃଦ୍ଧି କରିବା ସକାଶେ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।…

ଏଆଇ ବନାମ ଓଡ଼ିଆ ସାହିତ୍ୟ

ସଭ୍ୟତାର ବିକାଶ କ୍ରମରେ ମଣିଷ ନିଜର ବୁଦ୍ଧିମତ୍ତାକୁ ବ୍ୟବହାରକରି ଅନେକ ଅସାଧ୍ୟକୁ ସାଧନ କରିଛି। ସେଇ ପରିପ୍ରେକ୍ଷୀରେ ଚଳନ୍ତି ସମୟରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତ୍ତା(ଏଆଇ)…

ନାଟୋ ଓ ପ୍ରତିରକ୍ଷା ବଜାର

୧୯୩୯ ମସିହାରେ ଯେତେବେଳେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେଲା, ସେତେବେଳେ କାନାଡ଼ା ପାଖରେ କୌଣସି ଆଖିଦୃଶିଆ ସାମରିକ ଶିଳ୍ପ ନ ଥିଲା। ହେଲେ ୬ ବର୍ଷ ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri