ଏଏପି ବିଧାୟିକା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀରେ କରୋନା ସଂକ୍ରମଣ ସଙ୍କଟ ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ଏଥିରୁ କରୋନା ଯୋଦ୍ଧା କି ନେତା ମନ୍ତ୍ରୀ ମଧ୍ୟ ବର୍ତ୍ତି ପାରୁନାହାନ୍ତି। ଇତିମଧ୍ୟରେ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟିକା ଅତିଶି ବୁଧବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀର କାଲକାଜୀ ବିଧାନସଭା ଆସନରୁ ସେ ବିଧାୟିକା ରହିଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୧୬ରେ ଅତିଶିଙ୍କ ନିକଟରେ ଥଣ୍ଡା, କାଶ ଓ କରୋନା ଲକ୍ଷଣ ଦେଖାଦେଇଥିଲା। ଏହାପରେ ତାଙ୍କର କରୋନା ଯାଞ୍ଚ କରାଯାଇଥିଲା। ତେବେ ଜୁନ ୧୭ରେ ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଥିଲା। ବର୍ତ୍ତମାନ ଅତିଶିଙ୍କ ନିକଟରେ ସାମାନ୍ୟ ଲକ୍ଷଣ ରହିଥିବାରୁ ସେ ନିଜକୁ ଘରେ କ୍ୱାରାଣ୍ଟାଇନ୍‌ରେ ରଖିଛନ୍ତି। କରୋନା ମୁକାବିଲା ନେଇ ଅତିଶି ସ୍ବାସ୍ଥ୍ୟ ବିଭାଗ ସହ କାମ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri