ଏକ ତରଫା ପ୍ରେମରେ ବିଫଳ: ମହିଳାଙ୍କୁ ପିସ୍ତଲ ଦେଖାଇ ଧମକ, ୨ ଅଟକ

ବ୍ରହ୍ମପୁର ଅଫିସ,୧୨ା୮-ଜଣେ ମହିଳାଙ୍କୁ ଏକ ତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କୁ ପିସ୍ତଲ ଦେଖାଇ ଭୟଭୀତ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ୨ ଜଣ ଯୁବକଙ୍କୁ ଅଟକ ରଖିଛି। ସେମାନେ ହେଲେ ମହିଳାଙ୍କୁ ପ୍ରେମ କରୁଥିବା ଲାଠି ଗ୍ରାମର ଶିବ ଗୌଡ଼ ଓ ଅନ୍ୟ ଜଣେ ଶିବଙ୍କ ସହଯୋଗୀ ରାମନଗରର ପ୍ରଶାନ୍ତ ପାତ୍ର ବୋଲି ଜଣାପଡିଛି। ପୋଲିସ ପୀଡିତାଙ୍କ ଅଭିଯୋଗ କ୍ରମେ ନଂ.୧୫୮/୧୯ରେ ଏକ ମାମଲା ରୁଜୁ କରିଛି। ଏଥିରେ ଶିବ ଗୌଡ଼ ଓ ତାଙ୍କର ୨ ସହଯୋଗୀ ସାମିଲ ଥିବା ବେଳେ ପୋଲିସ ୨ ଜଣଙ୍କୁ ଧରିଛି। ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଥିବା ପୋଲିସ କହିଛି। ପ୍ରକାଶ ଯେ, ଭାପୁର ବଜାରରେ ଥିବା ଏକ ଦୋକାନରେ ମହିଳା ଜଣକ କାମ କରୁଛନ୍ତି। ଉକ୍ତ ମହିଳାଙ୍କୁ ଶିବ ଏକ ତରଫା ପ୍ରେମ କରୁଥିଲେ। ସେଥିରେ ବିଫଳ ହେବା ପରେ ଶିବ ତାଙ୍କର ୨ ଜଣ ସହଯୋଗୀଙ୍କୁ ଧରି ଶନିବାର ରାତି ପ୍ରାୟ ୧୦ଟା ବେଳେ ଭାପୁର ବଜାରରେ ପହଞ୍ଚିଥିଲେ। ଦୋକାନରେ କାମ କରୁଥିବା ମହିଳାଙ୍କ ନିକଟକୁ ଯାଇ ଶିବ ତାଙ୍କୁ ମୋ ସହିତ ଆସିବା ପାଇଁ କହିଥିଲେ। ମହିଳା ଜଣକ ମନା କରିବାରୁ ଶିବ ଓ ତାଙ୍କ ସହଯୋଗୀମାନେ ଏକ ପିସ୍ତଲ ଦେଖାଇ ତାଙ୍କୁ ଧମକ ଦେଇଥିଲେ। ଦୋକାନ ମାଲିକ ଏହାର ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଯୁବକମାନେ ଧମକଚମକ ଦେଇଥିଲେ। ବଜାର ବନ୍ଦ ହେବା ସମୟ ହୋଇଥିବାରୁ ଅନ୍ୟ ଦୋକାନୀମାନେ ସେଠାରେ ଜମା ହୋଇଯାଇଥିଲେ। ଲୋକଙ୍କୁ ଦେଖି ଶିବ ଓ ତାଙ୍କ ସହଯୋଗୀ ଖସି ପଳାଇବାକୁ ଉଦ୍ୟମ କରିଥିଲେ। ହେଲେ ସେଠାରେ ରୁଣ୍ଡ ହୋଇଥିବା ବ୍ୟବସାୟୀ ଓ ଲୋକମାନେ ୨ ଜଣ ଯୁବକଙ୍କୁ କାବୁ କରି ସେମାନଙ୍କୁ ନିସ୍ତୁକ ମାଡ ମାରିବା ସହ ପୋଲିସକୁ ଖବର କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଅଭିଯୁକ୍ତଙ୍କୁ ଧରି ଥାନାକୁ ଆଣି ଜେରା ଚଳାଇଛି। ଶିବଙ୍କ ନିକଟରୁ ପୋଲିସ ଏକ ଖେଳନା ବନ୍ଧୁକ ଜବତ କରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri