Posted inଜାତୀୟ

ଏକକ ଦେୱାନି ସଂହିତା ସପକ୍ଷରେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଭାରତରେ ଏକକ ଦେୱାନି ସଂହିତା (ୟୁସିସି) ପ୍ରସ୍ତୁତ କରିବା ସପକ୍ଷରେ ଶୁକ୍ରବାର ସୁପ୍ରିମକୋର୍ଟ ଗୁରୁତ୍ୱ ଦେଇଛନ୍ତି। ୧୯୮୨ରେ ଏନେଇ ପ୍ରୋତ୍ସାହନ ଦେବା ସତ୍ତ୍ୱେ ସେବେଠୁ ଲକ୍ଷ୍ୟ ହାସଲ ଦିଗରେ ଅଦ୍ୟାବଧି କିଛି ଉଦ୍ୟମ ହୋଇନାହିଁ ବୋଲି ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଏକ ସମ୍ପତ୍ତି ବିବାଦ ମାମଲାର ୩୧ ପୃଷ୍ଠା ସମ୍ବଳିତ ରାୟ ଦେବାବେଳେ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, କେତେକ ନିର୍ଦ୍ଦିଷ୍ଟ ସୀମିତ ଅଧିକାରର ସୁରକ୍ଷାକୁ ବାଦ୍‌ ଦେଲେ ୟୁସିସି ସବୁ ରାଜ୍ୟରେ ଲାଗୁ କରାଯାଇପାରିବ। ଗୋଆ ହେଉଛି ଏହାର ଏକ ‘ଉଜ୍ଜ୍ୱଳ ଦୃଷ୍ଟାନ୍ତ’। ଦେଶର ଯେକୌଣସି ସ୍ଥାନରେ ରହିଲେ ମଧ୍ୟ ଗୋଆବାସୀଙ୍କ ସମ୍ପତ୍ତି ସମ୍ପର୍କିତ ଉତ୍ତରାଧିକାର ଓ ଦାୟ ଅଧିକାର ପର୍ତ୍ତୁଗୀଜ୍‌ ସିଭିଲ୍‌ କୋଡ୍‌, ୧୮୬୭ ଅନୁସାରେ ନିୟନ୍ତ୍ରିତ ହେବ। ମଜା କଥା ହେଉଛି, ଡିରେକ୍ଟିଭ୍‌ ପ୍ରିନ୍ସିପୁଲ ଅଫ୍‌ ଷ୍ଟେଟ୍‌ ପଲିସି ସହ ଜଡ଼ିତ ଅନୁଚ୍ଛେଦ ୪୪ର ଚତୁର୍ଥ ଭାଗରେ ସମ୍ବିଧାନ ପ୍ରଣେତାମାନେ ଆଶା କରିଥିଲେ ଯେ, ସାରା ଦେଶରେ ସମସ୍ତ ନାଗରିକଙ୍କ ପାଇଁ ଏକକ ଦଓ୍ବୋନି ସଂହିତା ଲାଗୁ କରିବା ସକାଶେ ଉଦ୍ୟମ ହେବ। କିନ୍ତୁ ଆଜି ଯାଏ ଏନେଇ କୌଣସି ପ୍ରକାର ପଦକ୍ଷେପ ନିଆଯାଇ ନାହିଁ। ହିନ୍ଦୁ ଆଇନଗୁଡ଼ିକ ୧୯୫୬ରେ ପ୍ରଣୟନ ହୋଇଥିଲେ ସୁଦ୍ଧା ସୁପ୍ରିମକୋର୍ଟଙ୍କ ପ୍ରୋତ୍ସାହନ ସତ୍ତ୍ୱେ ଏକକ ଦଓ୍ବୋନି ସଂହିତା ସମସ୍ତ ନାଗରିକଙ୍କ କ୍ଷେତ୍ରରେ ପ୍ରଯୁଜ୍ୟ କରିବା ପାଇଁ କିଛି ଉଦ୍ୟମ ହୋଇନାହିଁ ବୋଲି ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri