ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। କମିଟି ଆସନ୍ତା ୧୫ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ବିଦ୍ୟାଳୟ ଓ ଗଣିଶକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ଏକକ ପରୀକ୍ଷାର ପ୍ରଥମ ଦିନରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ପ୍ରାୟ ୧୪% ପ୍ରଶ୍ନପତ୍ର ଅଭାବ ପଡ଼ିବାରୁ ବିଭିନ୍ନ ସ୍କୁଲରେ କଳାପଟାରେ ପ୍ରଶ୍ନ ଲେଖାଯାଇଥିଲା। ଏପରି କି କେତେକ ସ୍ଥାନରେ ଜେରକ୍ସ କରାଯାଇ ମଧ୍ୟ ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନପତ୍ର ଦିଆଯାଇଥିଲା। ଏଭଳି ଅବ୍ୟବସ୍ଥା ଯୋଗୁ ବିଭିନ୍ନ ସ୍ଥାନରେ ପରୀକ୍ଷା ବିଳମ୍ବରେ ଆରମ୍ଭ ହୋଇଥିଲା। ଏନେଇ ଶିକ୍ଷା ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଭାଗ ଏହାକୁ ଗୁରୁତର ସହ ନେଇ ତ୍ରୁଟିକୁ ସୁଧାରିବା ପାଇଁ ଚେଷ୍ଟା ଚଳାଇଛି। ଏସ୍‌ପିଡି, ଓପେପାଙ୍କ ତଥ୍ୟ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ପ୍ରଶ୍ନପତ୍ର ବଣ୍ଟନରେ ସାମାନ୍ୟ ତ୍ରୁଟିବିଚ୍ୟୁତି ପରିଲକ୍ଷିତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଏହାକୁ ସୁଧାରି ଦିଆଯାଇଛି ଏବଂ ୩ କୋଟି ୯ ଲକ୍ଷ ୬୪ ହଜାର ୬୧୩ ପ୍ରଶ୍ନପତ୍ର ବିଭିନ୍ନ ବିଦ୍ୟାଳୟକୁ ବିତରଣ କରାଯାଇଛି।
ଭବିଷ୍ୟତରେ ଏକକ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଏବଂ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବା ଲାଗି ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବ ବୋଲି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ସ୍ଥିର କରାଯାଇଛି। ସେହିପରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଥିବା ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ଏମ୍‌ଏଲ୍‌ଇ ପ୍ରଶ୍ନପତ୍ର ମଧ୍ୟ ପ୍ରସ୍ତୁତି ପାଇଁ ସ୍ଥିର ହୋଇଛି। ଓପେପା ଏସ୍‌ପିଡି, ସ୍ବତନ୍ତ୍ର ସଚିବ ବିଶ୍ୱନାଥ ପ୍ରଧାନ, ଏସ୍‌ଇଆର୍‌ଟି ନିର୍ଦ୍ଦେଶକ ଗଙ୍ଗାଧର ସାହୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri