ଏକଜୁଟ ହୋଇ କରୋନା ବିରୋଧରେ ଲଢ଼ିବା ପରିବର୍ତ୍ତେ ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛି ଭାଜପା: ସୋନିଆ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଦେଶବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। ତେବେ ଏପରିସ୍ଥଳେ ବି ଭାଜପା ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରିବା ପାଇଁ ଉଦ୍ୟମ ଜାରି ରଖିଛି ବୋଲି କଂଗ୍ରେସ ପକ୍ଷରୁ ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି। ଗୁରୁବାର କଂଗ୍ରେସ ପକ୍ଷରୁ ଅନୁଷ୍ଠିତ ହୋଇଥିବା ଭିଡ଼ିଓ କନଫରେନ୍ସିଂ ବୈଠକରେ ସୋନିଆ ଏହା କହିଛନ୍ତି। ସରକାର କୌଣସି ପରାମର୍ଶ ପ୍ରତି ଧ୍ୟାନ ଦେଉ ନ ଥିବାରୁ ଦେଶର ସ୍ଥିତି କ୍ରମଶଃ ଖରାପ ଆଡ଼କୁ ଗତି କରୁଥିବା ସେ କହିଛନ୍ତି। କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍‌ର ଅଭାବ ପ୍ରତି ମଧ୍ୟ ସରକାର ଗୁରୁତ୍ୱ ଦେଉ ନ ଥିବା ସେ କହିଛନ୍ତି। ଯୋଜନାବଦ୍ଧ ଭାବେ କରୋନା ବିରୋଧରେ ଲଢ଼େଇ କରାଗଲେ ଏହା ଭାରତରେ ନିଶ୍ଚିତ ପରାସ୍ତ ହେବ ବୋଲି ସେ କହିଛନ୍ତି। ବୈଠକରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କହିଲେ, ଯେ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଜାରି ହୋଇଛି। ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। କିନ୍ତୁ ଏହାଦ୍ୱାରା ଆମେ କେତେ ସଫଳ ହୋଇଛେ ତାହା ସମୟ ହିଁ କହିବ। ଲୋକେ ଲକ୍‌ ଡାଉନ୍‌କୁ ମାନିବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ...

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri