Posted inଜାତୀୟ

ଏକତରଫା ପ୍ରେମକୁ ନେଇ ଯୁବକଙ୍କ ଉପରେ ଏସିଡ୍‌ ମାଡ଼ କଲେ ଯୁବତୀ

ଉନ୍ନାଓ,୨୮।୧: ପ୍ରତିଦିନ ରୋଡ ରୋମିଓଙ୍କ ଓ ଏସିଡ୍‌ ମାଡ଼ ଘଟଣା ସାମ୍ନାକୁ ଆସୁଛି। ହେଲେ ଉତ୍ତରପ୍ରଦେଶ ଉନ୍ନାଓରୁ ଏକ ବିଚଳିତ କରିଦେବା ଭଳି ଘଟଣା ଦେଖିବାକୁ ମିଳିଛି। ଏକ ତରଫା ପ୍ରେମକୁ ନେଇ ଜଣେ ଯୁବତୀ ଜଣେ ଯୁବକଙ୍କ ଉପରେ ଏସିଡ୍‌ ମାଡ଼ କରିଛନ୍ତି। ଉକ୍ତ ଯୁବକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ମୋରାଓ୍ବା ଥାନା ଅଞ୍ଚଳ ଗୋନାମଉରେ ରହୁଥିବା ୨୫ବର୍ଷୀୟ ରୋହିତ ଏକ ମିଲ୍କ ଡେରୀରେ କାମ କରନ୍ତି। ସୋମବାର ବିଳମ୍ବିତ ରାତିରେ ଟ୍ୟାଙ୍କରରେ କ୍ଷୀର ପୂରାଇ ସପ୍ଲାଇ ପାଇଁ ପଠାଇବା ପରେ ସେ ଡେରୀରେ ସଫା ସୁତୁରା କରୁଥିଲେ। ସେହି ସମୟରେ ଜଣେ ଯୁବତୀ ତାଙ୍କ ପାଖକୁ ଆସି ଏସିଡ ମାଡ଼ କରିଥିଲେ। ରୋହିତଙ୍କ ଚିତ୍କାର ଶୁଣି ସେଠାରେ ଥିବା ଲୋକେ ତାଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏଥିରେ ରୋହିତଙ୍କର ବେକ, କାନ, ଛାତି ଓ ପିଠିରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମଙ୍ଗଳବାର ଉକ୍ତ ଯୁବତୀ, ତାଙ୍କ ବାପା ଓ ମା’ଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି। ତଦନ୍ତ ସମୟରେ ଜଣାପଡ଼ିଥିଲା ଯେ, ଯୁବତୀ ଜଣକ ଦୀର୍ଘ ୫ ମାସରୁ ରୋହିତଙ୍କୁ ଏକ ତରଫା ପ୍ରେମ କରୁଥିଲେ। ରୋହିତ ହିନ୍ଦୁ ହୋଇଥିବା ବେଳେ ଯୁବତୀ ଜଣଙ୍କ ସଂଖ୍ୟାଲଘୁ ସମ୍ପ୍ରଦାୟର। ନିକଟରେ ରୋହିତଙ୍କୁ ଯୁବତୀ ଜଣକ ପ୍ରେମ ନିବେଦନ କରିଥିଲେ। ହେଲେ ରୋହିତ ତାଙ୍କୁ ମନା କରିଦେଇଥିଲେ। ଏଥିପାଇଁ ତାଙ୍କ ଉପରେ ଏହି ଆକ୍ରମଣ କରିଥିଲେ ବୋଲି ଯୁବତୀ ଜଣଙ୍କ ପୋଲିସ ନିକଟରେ ବୟାନ ଦେଇଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri