ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଖୁଣ୍ଟା,୭ା୨(ଡ଼ି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ ବିଦ୍ୟାଳୟରେ ଷଷ୍ଠରୁ ଦ୍ୱାଦଶ ପର୍ଯ୍ୟନ୍ତ ମୋଟ ୪୦୮ ଜଣ ଛାତ୍ରୀଛାତ୍ର ପଢୁ ଥିବାବେଳେ ସେମାନଙ୍କୁ ନିୟମିତ ଭାବେ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଆର୍ଥିକ ବର୍ଷର ନଭେମ୍ବର ମାସ ସୁଦ୍ଧା ପୋଷାକ ପତ୍ର ସମେତ ଚପଲ, ବେଡ଼ସିଟ ଓ ଖାତା ଇତ୍ୟାଦି ମିଳି ଆସୁଥିଲା। ମାତ୍ର ଚଳିତ ଆର୍ଥିକ ବର୍ଷର ଫେବୃଆରୀ ମାସ ହୋଇଥିଲେ ହେଁ କେବଳ ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ପୋଷାକ ପାଇଥିବା ବେଳେ ଅନ୍ୟ ସାମଗ୍ରୀ ପାଇ ନାହାନ୍ତି । ସେହିପରି ଦଶମ ଠାରୁ ଦ୍ୱାଦଶ ପର୍ଯ୍ୟନ୍ତ ଶ୍ରେଣୀର ଛାତ୍ରୀଛାତ୍ରମାନେ କୌଣସି ସାମଗ୍ରୀ ପାଇ ନାହାନ୍ତି। ଏପରିସ୍ଥଳେ ଫେବୃଆରୀ ମାସଠାରୁ ବିଭିନ୍ନ ଶ୍ରେଣୀର ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ପରୀକ୍ଷା ପରେ ଏସବୁ ସାମଗ୍ରୀ ମିଳିବକି ନାହିଁ ଏହି ଆଶଙ୍କାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଗୁରୁବାର ଛାତ୍ରୀଛାତ୍ରମାନେ ଶ୍ରେଣୀକୁ ନ ଯାଇ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ସେମାନଙ୍କ ଦାବି ଉପସ୍ଥାପନ କରିଥିଲେ। ଅଧ୍ୟକ୍ଷ ପ୍ରଶାନ୍ତ କୁମାର ରାୟଗୁରୁ ପିଲାମାନଙ୍କୁ ବୁଝାସୁଝା କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ଖବର ପାଇ ଉଦଳା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଦେବଦତ୍ତ ପଣ୍ଡା ପହଞ୍ଚି ଛାତ୍ରୀଛାତ୍ରମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ସୋମବାର ସୁଦ୍ଧା ସମସ୍ତ ସାମଗ୍ରୀ ପିଲାମାନଙ୍କୁ ଯୋଗାଇ ଦିଆଯିବା ବୋଲି ପ୍ରକଳ୍ପ ପ୍ରଶାସକ ପଣ୍ଡା ପ୍ରତିଶ୍ରୁତି ଦେବାପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri