ଏକାଠି ଖାଇବେ ନବୀନ-ଶାହା: ପଞ୍ଚ ତାରକା ହୋଟେଲରୁ ଆସିଲା ପ୍ରାୟ ୫୦ ପ୍ରକାର ବ୍ୟଞ୍ଜନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବାଞ୍ଚଳ ଜୋନ ପରିଷଦ ବୈଠକରେ ଯୋଗଦେଇଥିବା ଅତିଥିମାନେ ନବୀନ ନିବାସରେ ମଧ୍ୟାହ୍ନଭୋଜନ କରିବେ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଭୋଜନରେ ସାମିଲ ହେବେ। ଏଥିଲାଗି ଭୁବନେଶ୍ୱରସ୍ଥ ଏକ ପଞ୍ଚତାରକା ହୋଟେଲରୁ ଖାଦ୍ୟ ଆସିଛି। ମୋଟ ୧୧ଜଣ ଭିଭିଆଇପି ଅତିଥିଙ୍କ ପାଇଁ ଖାଦ୍ୟ ପହଞ୍ଚିଛି। ମେନୁରେ ଉଭୟ ସାଦା ଓ ଆମିଷ ଖାଦ୍ୟ ରହିଛି। ପ୍ଲେନ ରାଇସ୍‌, ଫ୍ରାଏଡ୍‌ ରାଇସ, ଚିକେନ୍‌, ମଟନ୍‌, ଚିଙ୍ଗୁଡି ସହ ଶୁଦ୍ଧ ଓଡ଼ିଆ ଖାଦ୍ୟ ରହିଛି। ଏଥିସହ ଅତିଥିମାନଙ୍କୁ ଚାଉଳ ଖିରି, ରସଗୋଲା, ହାକା ନୁଡୁଲ୍ସ ଭଳି ପ୍ରାୟ ୫୦ ପ୍ରକାର ବ୍ୟଞ୍ଜନ ପରଷା ଯିବ ବୋଲି ଜଣାପଡ଼ିଛି।

ପୂର୍ବାହ୍ନରେ ଶାହା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନ ପରିଷଦ(ଇଜେଡ୍‌ସି) ବୈଠକରେ ଯୋଗଦେଇଥିଲେ। ଏହାପରେ ଶାହା ନବୀନ ନିବାସ ଯାଇଛନ୍ତି। ସେଠାରେ ଶାହା ଅନ୍ୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ସହ ମଧ୍ୟାହ୍ନ ଭୋଜନ କରିବେ ବୋଲି ଜଣାପଡ଼ିଛି। ଗୋଟିଏ ଟେବୁଲରେ ବସି ମଧ୍ୟାହ୍ନ ଭୋଜନ କରିବା ଜଣାପଡ଼ିବା ପରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri