ଏକାଠି ହୋଇ କାର୍ଯ୍ୟକଲେ ତୃଣମୂଳସ୍ତରରେ ଏଡ୍‌ସ ଦୂରୀକରଣ ସମ୍ଭବ: ଜିଲାପାଳ

ରାୟଗଡ଼ା ଅଫିସ,୧।୧୨: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ସକାଳେ ରାୟଗଡ଼ା କଲେଜଠାରୁ ଏକ ଶୋଭାଯାତ୍ରା ବାହାରି ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲା। ପରେ ଚିକିତ୍ସାଳୟରେ ଏକ ବୈଠକ କରାଯାଇ ସଚେତନ କରାଯାଇଛି। ଏଡ୍‌ସ ରୋଗୀଙ୍କୁ ବାସନ୍ଦ କରିବା ନାହିଁ, ମାନବିକ ଅଧିକାର ଦେବା, ସମବେଦନା ଜଣାଇବା, ଗୋଷ୍ଠୀ ହିଁ ପରିବର୍ତ୍ତନର ନିର୍ମାତା, ଗୋଷ୍ଠୀ ହୋଇ କାର୍ଯ୍ୟକଲେ ତୃଣମୂଳସ୍ତରରେ ଏଡ୍‌ସ ଦୂରୀକରଣ ସମ୍ଭବ ବୋଲି ଜିଲାପାଳ କହିଛନ୍ତି । ଏହା ସହ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର କରାଯାଇଥିଲା। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଆର୍ତ୍ତବନ୍ଧୁ ନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲା ପବ୍ଲିକ୍‌ ହେଲଥ ଅଫିସର ଡ. ମମତା ଚୌଧୁରୀଙ୍କ ସମେତ ରାୟଗଡ଼ା ଅଞ୍ଚଳର ବିଭିନ୍ନ କଲେଜ ଛାତ୍ରୀଛାତ୍ର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri