ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରୋଗୀ ମୃତ୍ୟୁ ଘଟଣା: ୩ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ୨୦୧୭ ଡିସେମ୍ବର ୩୧ରେ ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରେ ଆକ୍ରାନ୍ତ କଟକ ରାଜାବଗିଚା ଅଞ୍ଚଳର ଗୁଡି ନାୟକ (୨୦)ଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର ବିଚାର କରି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଗୁଡିଙ୍କ ପରିବାରକୁ ୩ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଏଥିପାଇଁ ଦାୟୀ ଡାକ୍ତର, ଆଶା କର୍ମୀ ଓ ଅନ୍ୟମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସନ୍ତା ମାସ ୬ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ରାଜାବଗିଚା ଅଞ୍ଚଳର ରାଜେନ୍ଦ୍ର ନାୟକଙ୍କ ଝିଅ ଗୁଡି ଦୁଇବର୍ଷ ଧରି ଯକ୍ଷ୍ମାରେ ଆକ୍ରାନ୍ତ ଥିଲେ। ପରିବାର ଲୋକେ ଏ ସମ୍ପର୍କରେ ଜଣାଇବା ପରେ ଆଶାକର୍ମୀ କଟକ ସିଟି ମେଡିକାଲରୁ ଡାକ୍ତରଙ୍କଠାରୁ ମେଡିସିନ ଆଣି ତାଙ୍କୁ ଖାଇବାକୁ ଦେଇଥିଲେ। ସେ ଏହି ମେଡିସିନ୍‌ ଏକ ମାସ ଧରି ଖାଇବା ପରେ ୨୦୧୭ ଡିସେମ୍ବର ୩୦ରେ ଗୁରୁତର ହୋଇପଡିଥିଲେ। ତାଙ୍କୁ ପରିବାର ଲୋକେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ଏହାର ପରଦିନ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଉକ୍ତ ମେଡିସିନ ଏକ୍ସପାଏରୀ ହୋଇଯାଇଥିବା ଜଣାପଡିଥିଲା। ଏହି ଘଟଣାକୁ ନେଇ ରାଜ୍ୟରେ ଆଲୋଡନ ସୃଷ୍ଟି ହୋଇଥିଲା। ଏପରି କି ମେଡିସିନ ଦେଇଥିବା ଆଶାକର୍ମୀ ଜଣକ ଗଣମାଧ୍ୟମରେ ମୁହଁ ଖୋଲିଥିଲେ। ଡାକ୍ତର ଉକ୍ତ ମେଡିସିନ ଦେଇଥିଲେ। ସେ ଇଂଲିଶ ପଢ଼ା ଜାଣି ନ ଥିବାରୁ ମେଡିସିନ ଏକ୍ସପାଏରୀ ହୋଇଥିବା ଜାଣିପାରି ନ ଥିଲେ ବୋଲି ଆଶାକର୍ମୀ ଜଣକ କହିଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ରଞ୍ଜିତ ସୂତାର, ପ୍ରଦୀପ୍ତ ନାୟକ ଓ ଅଖଣ୍ଡ ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ କରିଥିଲେ। କମିଶନ ଏହାକୁ ଗୁରୁତ୍ୱର ସହ ନେଇ ଏକ ସ୍ବତନ୍ତ୍ର ଟିମ୍‌କୁ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଟିମ୍‌ ଦେଇଥିବା ରିପୋର୍ଟରେ ସିଟି ହସ୍ପିଟାଲର ଡାକ୍ତର ଓ ଆଶାକର୍ମୀଙ୍କ ସମେତ ଅନ୍ୟ କେତେଜଣଙ୍କୁ ଦାୟୀ କରାଯାଇଛି। ଶନିବାର ମାମଲାର ବିଚାର କରି ଓଏଚ୍‌ଆର୍‌ସି କ୍ଷତିପୂରଣ ପ୍ରଦାନ ସହ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦେବାକୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri