Posted inଜାତୀୟ

ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ସରକାରୀ ସ୍କୁଲରେ ମିଳିଲାନି ନାମଲେଖା ଅନୁମତି

ଚେନ୍ନାଇ,୧୨।୭: ତାମିଲନାଡୁର ପେରାମ୍ବୁଲୁର ଜିଲାର ଏକ ସରକାରୀ ହାଇସ୍କୁଲରେ ଜଣେ ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ନାମଲେଖାର ସୁଯୋଗ ଦିଆଯାଇନାହିଁ। ଏହାପରେ ଶୁକ୍ରବାର ତାମିଲନାଡୁ ଶିକ୍ଷା ବିଭାଗ ଏହି ମାମଲାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସ୍କୁଲ ଶିକ୍ଷା ନିର୍ଦ୍ଦେଶକ ଏସ୍‌. କାନାପ୍ପାନ ଏହି ଘଟଣାରେ ଜିଲା ମୁଖ୍ୟ ଅଧିକାରୀଙ୍କୁ ରିପୋର୍ଟ ତଲବ କରିଛନ୍ତି। ସୂଚନାଯୋଗ୍ୟ, ପ୍ରାୟ ୧ ସପ୍ତାହ ପୂର୍ବରୁ ପେରାମ୍ବୁଲୁର ଜିଲାର କୋଲାକନାଥମ୍‌ର ଏକ ସ୍କୁଲରେ ନାମଲେଖାଇବା ପାଇଁ ଜଣେ ଛାତ୍ରଙ୍କୁ ଆସିବାକୁ କୁହାଯାଇଥିଲା। ହେଲେ ବୁଧବାର ତାଙ୍କୁ ସେଠାରୁ ନିରାଶ ହୋଇ ଫେରିବାକୁ ପଡ଼ିଲା। କାରଣ ଛାତ୍ରଙ୍କ ଏକାଡେମିକ୍‌ କ୍ୟାରିୟରରେ ଖରାପ ପ୍ରଦର୍ଶନ ଯୋଗୁ ତାଙ୍କୁ ନାମଲେଖା ଅନୁମତି ଦିଆଯାଇପାରିବ ନାହିଁ ବୋଲି ଅଭିଭାବକଙ୍କୁ ପ୍ରଧାନ ଶିକ୍ଷକ କେ. କାମରାଜ କହିଥିଲେ। ଅପରପକ୍ଷରେ ଏନେଇ ମୁଖ୍ୟ ଶିକ୍ଷା ଅଧିକାରୀ କହିଛନ୍ତି, ଯଦି ଛାତ୍ର ତାଙ୍କ ପାଖକୁ ଆସେ ତେବେ ତାଙ୍କୁ ସ୍କୁଲରେ ଲେଖାଇବାକୁ ଅନୁମତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri