ଏଚ୍‌ଏଣ୍ଡୟୁଡି ବିଭାଗ ନିର୍ଦ୍ଦେଶନାମାକୁ ବିଏମ୍‌ସିର ବେଖାତିର

ବ୍ରହ୍ମପୁର ଅଫିସ,୨୨ା୧୨-ବ୍ରହ୍ମପୁର ମହାନଗର ନିଗମ ୩୮ ନଂ. ୱାର୍ଡ ଆଙ୍କୋଲି ଖଳାସାହି ବସ୍ତି ଅଞ୍ଚଳର ୭ ଉଚ୍ଛେଦ ପରିବାରକୁ ଆରଏୱାଇ(ରାଜୀବ ଆବାସ ଯୋଜନା) ଗୃହରୁ ବଞ୍ଚିତ କରାଯାଇଛି।ଏନେଇ ବସ୍ତିବାସିନ୍ଦା ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ(ଏଚଏଣ୍ଡୟୁଡି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମାକୁ ବିଏମ୍‌ସି କର୍ତ୍ତୃପକ୍ଷ ବେଖାତିର କରିଥିବା ଅଭିଯୋଗ ହୋଇଛି।ବସ୍ତିବାସୀନ୍ଦାଙ୍କ ଆରଏୱାଇ ଗୃହ ପ୍ରଦାନ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନେଇ ଏପ୍ରିଲ ୧୮ରେ ବିଏମ୍‌ସି କମିଶନରଙ୍କୁ ଏଚଏଣ୍ଡୟୁଡି ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଆସିଥିଲା।ଇତି ମଧ୍ୟରେ ୮ ମାସ ବିତିଥିଲେ ସୁଦ୍ଧା ବିଏମ୍‌ସି ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ଏନେଇ ଉଚ୍ଛେଦ ପରିବାର ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ସୂଚନା ପ୍ରକାରେ, ଦୀର୍ଘ ୨୫ ବର୍ଷ ଧରି ରହିଆସୁଥିବା ଆଙ୍କୁଲି ଖୋଳାସାହିର ୭ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଆରଏୱାଇ ଗୃହ ନିର୍ମାଣ ପାଇଁ ବିଏମ୍‌ସି ପକ୍ଷରୁ ୨୦୧୭ରେ ଉଚ୍ଛେଦ କରାଯାଇଥିଲା।
ବିଏମ୍‌ସିର ତତ୍କାଳୀନ କମିଶନର ସୁଶାନ୍ତ କୁମାର ମିଶ୍ରଙ୍କ ଉପସ୍ଥିତିରେ ଏହି ଅଞ୍ଚଳରୁ ଉଚ୍ଛେଦ କରାଯିବା ସହ ଆରଏୱାଇରେ ଗୃହ ପ୍ରଦାନ ନେଇ ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ଏହାର ୨ ବର୍ଷ ବିତିଥିବା ବେଳେ ଇତିମଧ୍ୟରେ ଦୁଇଜଣ କମିଶନରଙ୍କ ବଦଳି ମଧ୍ୟ ହୋଇଛି।ଅନ୍ୟ ହିତାଧିକାରୀଙ୍କୁ ଆରଏୱାଇ ଗୃହ ପ୍ରଦାନ ମଧ୍ୟ କରାଯାଇଛି। ଏଥିସହ ଆସନ୍ତା ମାର୍ଚ୍ଚ ସୁଦ୍ଧା ସମସ୍ତ ହିତାଧିକାରୀଙ୍କୁ ଆରଏୱାଇ ଗୃହ ପ୍ରଦାନ ନେଇ ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
କିନ୍ତୁ ଏହି ଆରଏୱାଇ ଗୃହ ତାଲିକାରୁ ଖଳାସାହିର ଉଚ୍ଛେଦ ପରିବାରକୁ ବଞ୍ଚିତ କରାଯାଇଛି।ଏନେଇ ବହୁବାର ବିଏମ୍‌ସି କର୍ତ୍ତୃପକ୍ଷଙ୍କୁ ଗୁହରି କରି ନିରାଶ ହେବା ପରେ ବସ୍ତିବାସିନ୍ଦା ହାଇକୋର୍ଟଙ୍କ ଆଶ୍ରୟ ନେଇଥିଲେ।ହାଇକୋର୍ଟ ଏହାର ଶୁଣାଣି କରି ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗକୁ ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ବିଏମ୍‌ସିକୁ ନୋଟିସ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଏହାପରେ ଏପ୍ରିଲ ୧୮ରେ ବିଏମ୍‌ସି କମିଶନରଙ୍କୁ ବସ୍ତିବାସୀଙ୍କୁ ଗୃହ ପ୍ରଦାନ ନେଇ ଏଚଏଣ୍ଡୟୁଡି ବିଭାଗ ନିର୍ଦ୍ଦେଶନାମା ଜାରି କରିଥିଲା। ୧୦ ସପ୍ତାହ ମଧ୍ୟରେ କର୍ତ୍ତୃପକ୍ଷଙ୍କୁ ଉତ୍ତର ଦେବାକୁ ମଧ୍ୟ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଥିଲେ। ୮ ମାସ ପରେ ମଧ୍ୟ ବିଏମ୍‌ସି କମିଶନର ଗୃହ ପ୍ରଦାନ ଦିଗରେ ପଦକ୍ଷେପ ଗ୍ରହଣ କରି ନ ଥିବା ଉଚ୍ଛେଦ ପରିବାର ପକ୍ଷରୁ କୁହାଯାଇଛି।
ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ପ୍ରକାରେ, ପ୍ରଶାସନ ପକ୍ଷରୁ ଯଦି ଉଚ୍ଛେଦ କରାଯାଏ, କ୍ଷତିଗ୍ରସ୍ତଙ୍କୁ ପ୍ରଥମେ ବିକଳ୍ପ ଥଇଥାନ ପରେ ଉଚ୍ଛେଦ କରାଯିବା କଥା।କିନ୍ତୁ ଏଭଳି ନିର୍ଦ୍ଦେଶକୁ ବିଏମ୍‌ସି କର୍ତ୍ତୃପକ୍ଷ ଅଣଦେଖା କରୁଥିବା ଅଭିଯୋଗ ହୋଇଛି।
ଭବିଷ୍ୟତରେ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ନେଇ ସଦସ୍ୟ ରାମଚନ୍ଦ୍ର ପାଳ, ପି. କାଶୀ ପାତ୍ର, ଏନ୍‌. ଲକ୍ଷ୍ମୀ ଆମ୍ମା, ସମୀର ନାୟକ, ଏମ୍‌. ସୀମାଦ୍ରି ପ୍ରମୁଖ କହିଛନ୍ତି। ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ପଚାରିବାରୁ ଆରଏଓ୍ବାଇ ତାଲିିକାରେ ଯେଉଁମାନଙ୍କ ନାମ ଅଛି ସେମାନଙ୍କୁ ଗୃହ ଦିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri