Posted inପୁରୀ

ଏଟିଏମ୍‌ ଭାଙ୍ଗି ଟଙ୍କା ଚୋରି ଉଦ୍ୟମ

କୃଷ୍ଣପ୍ରସାଦ,୧୬ା୬(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟସ୍ଥିତ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଭାଙ୍ଗି ଶନିବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ ଟଙ୍କା ଚୋରି ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ରବିବାର ସକାଳେ ବ୍ୟାଙ୍କକୁ ଲାଗି ରହିଥିବା ଏଟିଏମ୍‌ଟି ଭାଙ୍ଗି ଯାଇଥିବା ଲୋକେ ଦେଖିଥିଲେ ା ଖବର ପାଇ ବ୍ୟାଙ୍କ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ା ବ୍ୟାଙ୍କ ପକ୍ଷରୁ ଏ ନେଇ କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ କରାଯାଇଥିଲା। ପ୍ରଥମେ ସିସି କ୍ୟାମେରା ଭାଙ୍ଗି ପରେ ଦୁର୍ବୃତ୍ତ ଏଟିଏମ୍‌ ଭାଙ୍ଗି ଟଙ୍କା ଚୋରି ଉଦ୍ୟମ କରିଥିଲେ ମଧ୍ୟ ଏଥିରେ ସଫଳ ହୋଇ ନ ଥିଲେ। ତେବେ ଏଟିଏମ୍‌ର କେବଳ ସମ୍ମୁଖ ପାର୍ଶ୍ୱଟି ଭାଙ୍ଗିଯାଇଛି। ଘଟଣାଟି ଭୋର ୩ଟା ପରେ ଘଟିଥିବା ବ୍ୟାଙ୍କ ଶାଖା ପରିଚାଳକ ଶ୍ରୀନିବାସ ଦାସ ମତ ପ୍ରକାଶ କରିଛନ୍ତି ା ସେ କହିଛନ୍ତି, ଘଟଣା ଦିନ ଭୋର ୩ଟା ସମୟରେ ପୋଲିସ ଗାଡ଼ି ପାଟ୍ରୋଲିଂ କରୁଥିଲା। ଏହି ସମୟରେ ଏଟିଏମ୍‌ଟି ଭାଙ୍ଗି ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ। ଶାଖା ପରିଚାଳକ କୃଷ୍ଣପ୍ରସାଦ ଥାନାରେ ଏ ନେଇ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଜାରି ରଖିଛି ା ସିସି କ୍ୟାମେରା ଫୁଟେଜ୍‌ରୁ ଦୁର୍ବୃତ୍ତଙ୍କୁ ଗିରଫ କରିବା ନେଇ ଆଶା ରହିଛି ବୋଲି ଶାଖା ପରିଚାଳକ କହିଥିଲେ ା ଅପରପକ୍ଷେ ଏଟିଏମରୁ ଚୋରି ଉଦ୍ୟମରୁ ବିଫଳ ହେବା ପରେ ଚୋର ବଜ୍ରକୋଟ ବଜାରସ୍ଥିତ ଏକ ଫଳ ଦୋକାନ ଭାଙ୍ଗି ୨ ହଜାର ଟଙ୍କା ସହ କିଛି ଫଳ ନେଇ ଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri