ଏଟିଏମ୍‌ରୁ ଟଙ୍କା ଉଠାଣ, ଗ୍ରାହକ ଭୟଭୀତ: ଛାତ୍ରଙ୍କ ଆକାଉଣ୍ଟରୁ ୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୦ା୧୧- ଗ୍ରାହକଙ୍କ ପାଖରେ ଅଛି ଏଟିଏମ୍‌ କାର୍ଡ। ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍‌ ନମ୍ବର ମଧ୍ୟ କେହି ଜାଣିନାହାନ୍ତି। କିନ୍ତୁ ଅପଣାଛାଏ ଉଠୁଛି ଟଙ୍କା ଗ୍ରାହକଙ୍କ ଅଜାଣତରେ। ଏବେ ବାରମ୍ବାର ଏଭଳି ଟଙ୍କା ଉଠୁଥିବା ଘଟଣା ଦୃଷ୍ଟିକୁ ଆସୁଛି। ତେବେ ଏହି ଟଙ୍କା ଉଠାଉଛି କିଏ। ଗ୍ରାହକ ଟଙ୍କା ଉଠାଉ ନ ଥିବା ବେଳେ କିଏ ଟଙ୍କା ଉଠାଉଛି ସେ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷ ମଧ୍ୟ କିଛି ସନ୍ତୋଷଜନକ ଉତ୍ତର ଦେଇ ପାରୁନାହାନ୍ତି। ବ୍ରହ୍ମପୁର ସହରରେ ଦିନକୁ ଦିନ ଏଭଳି ସାଇବର ଠକେଇ ବଢ଼ିବାରେ ଲାଗିଛି। ଏହି ଧାରାରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ଅଞ୍ଚଳରେ ରହୁଥିବା ଜଣେ ଛାତ୍ର ବଳରାମ ଗୌଡ଼ଙ୍କ ଆକାଉଣ୍ଟରୁ ୧ ଲକ୍ଷ ଟଙ୍କା ଉଠାଣ ହୋଇଛି। ଯାହାକି ଏବେ ଉପଭୋକ୍ତାଙ୍କ ମଧ୍ୟରେ ଭାଳେଣି ପଡିଛି। ଦିନକୁ ଦିନ ସାଇବର ଅପରାଧ କାୟା ବିସ୍ତାର କରିବାରେ ଲାଗିଛି। ଗତ କିଛି ମାସ ତଳେ ଗଞ୍ଜାମ ଜିଲାରେ ଏଭଳି ଲଗାତର ବ୍ୟବଧାନରେ ୧୨ ରୁ ଊର୍ଦ୍ଧ୍ୱ ଘଟଣା ଦୃଷ୍ଟିକୁ ଆସିଛିି। ପୂର୍ବରୁ ଲୁଟେରାମାନେ ଗ୍ରାହକଙ୍କ ଏଟିଏମ୍‌ କାର୍ଡ ଓ ପିନ୍‌ ନମ୍ବର ଚୋରି କରି ତାଙ୍କ ଆକାଉଣ୍ଟରୁ ଟଙ୍କା ଠକି ନେଉଥିବା ବେଳେ ଏବେ ସ୍କିମର ଓ ମୋବାଇଲ ଫୋନକୁ ଏକ ଲିଙ୍କ ପଠାଇ ତାହାକୁ କ୍ଲିକ କରିବାକୁ କହି ଗ୍ରାହକଙ୍କ ଆକାଉଣ୍ଟରୁ ଟଙ୍କା ଲୁଟି ନେଉଛନ୍ତି। ଛତ୍ରପୁର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ବଳରାମ ଗୌଡ଼ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ବ୍ରହ୍ମପୁର ଆସି ଆଙ୍କୁଲି ଅଞ୍ଚଳରେ ଘର ଭଡା ନେଇ ରହୁଥିଲେ। ଗତ ୧ ତାରିଖରେ ତାଙ୍କ ମୋବାଇଲ ଫୋନକୁ ଏକ ଲିଙ୍କ ମେସେଜ୍‌ ଆସିଥିଲା। ଯାହାକୁ ସେ କ୍ଲିକ କରିଥିଲେ ବାସ କିଛି ସମୟ ମଧ୍ୟରେ ତାଙ୍କ ଆକାଉଣ୍ଟରୁ ଲଗାତର ଭାବେ ୧୦ ହଜାର ଟଙ୍କା ଲେଖାଏ ୧୦ ଥର ଉଠାଣ ହୋଇଥିଲା। ସେ କିଛି ବୁଝିବା ପୂର୍ବରୁ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧ ଲକ୍ଷ ଟଙ୍କା ଉଠା ଯାଇଥିଲା। ଛାତ୍ର ଜଣକ ଏନେଇ ଶନିବାର ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ନଂ.୨୫୭/୧୯ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଏବେ ଘଟଣାର ତଦନ୍ତ ଚଳାଇଛି ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri