Posted inଭଦ୍ରକ

ଏଟିଏମ୍‌ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ

ବାସୁଦେବପୁର, ୧୦।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବେତଡ଼ା ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍‌ରୁ ହଠାତ୍‌ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏ ସମ୍ପର୍କରେ ଶୁକ୍ରବାର ଅପରାହ୍ନରେ ଜଣାପଡ଼ିବା ପରେ ଉକ୍ତ ଷ୍ଟେଟବ୍ୟାଙ୍କ ଶାଖା ପକ୍ଷରୁ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏଟିଏମ୍‌ରେ ଟଙ୍କା ଭର୍ତ୍ତି ଦାୟିତ୍ୱରେ ଥିବା କମ୍ପାନୀର ଦୁଇ କର୍ମଚାରୀଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଭଦ୍ରକ ଏସ୍‌ଡିପିଓ ଜଳନ୍ଧର ଜାଲି ଥାନାରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏଟିଏମ୍‌ ନିକଟସ୍ଥ ଏକ ଦୋକାନର ସିସିଟିଭିକୁ ଏସ୍‌ଡିପିଓ ସଂଗ୍ରହ କରି ଯାଞ୍ଚ କରୁଥିବା ଆଇଆଇସି ଉମାଶଙ୍କର ନାଏକ କହିଛନ୍ତି। ତଦନ୍ତ ଜାରି ରହିଥିବା ବେଳେ ଏ ନେଇ ଅଦ୍ୟାବଧି ଥାନାରେ ମାମଲା ରୁଜୁ ହୋଇ ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?