Posted inଖେଳ

ଏଟିକେର କ୍ରମାଗତ ଦ୍ୱିତୀୟ ବିଜୟ

ଚେନ୍ନାଇ, ୩୧।୧୦- ସ୍ଥାନୀୟ ଜବାହାରଲାଲ ନେହରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗର ଏକାଦଶ ମ୍ୟାଚରେ ଘରୋଇ ଚେନ୍ନାଇନ ଏଫସିକୁ ୧-୦ ଗୋଲରେ ହରାଇ ଏଟିକେ ଏଫସି କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି l ବିଜୟୀ ଦଳ ପକ୍ଷରୁ ୪୮ତମ ମିନିଟରେ ଡେଭିଡ ୱିଲିୟମ୍ସ ଏକମାତ୍ର ଗୋଲଟି ସ୍କୋର କରିଥିଲେ l ପ୍ରବୀର ଦାସଙ୍କ କ୍ରସ ଉପରେ ଜାଭିୟର ହର୍ନାଣ୍ଡେଜ ମାରିଥିବା ଶଟ୍‌କୁ ଚେନ୍ନାଇନ ଗୋଲକିପର ବିଶାଳ କାଇଥ ଅଟକାଇବାକୁ ଚେଷ୍ଟା କରିଥିଲେ l ବଲ ରିବାଉଣ୍ଡ ହୋଇ ଫେରି ଆସୁଥିବା ବେଳେ ୱିଲିୟମ୍ସ ତାହାକୁ ନେଟ ଭିତରକୁ ପଠାଇ ଦେଇଥିଲେ l ହିରୋ ଇଣ୍ଡିଆନ ସୁପର ଲିଗରେ ଏହା ଥିଲା ୧୦୦୦ତମ ଗୋଲ l
ଏହି ବିଜୟ ସହିତ ଦୁଇ ଥରର ଚାମ୍ପିୟନ ଏଟିକେ ୩ଟି ମ୍ୟାଚରୁ ୬ ପଏଣ୍ଟ ପାଇ ଜାମସେଦପୁର ଏଫସି ସହିତ ଟେବୁଲ ଶୀର୍ଷରେ ପହଞ୍ଚତ୍ଛି l ଅନ୍ୟ ପକ୍ଷରେ ଚଳିତ ସିଜନରେ ପ୍ରଥମ ବିଜୟ ପାଇଁ ବ୍ୟଗ୍ର ଥିବା ୨ ଥର ଟାଇଟଲ ବିଜେତା ଚେନ୍ନାଇନ ଏଫସିର ଉଦ୍ୟମ ପୁନର୍ବାର ବ୍ୟର୍ଥ ହୋଇଛି l ଚେନ୍ନାଇନ ଏହା ପୂର୍ବରୁ ତାର ପ୍ରଥମ ମ୍ୟାଚରେ ଏଫସି ଗୋଆ ଠାରୁ ୦-୩ ଗୋଲରେ ହାରିବା ପରେ ମୁମ୍ବାଇ ସିଟି ଏଫସି ସହିତ ଦ୍ୱିତୀୟ ମ୍ୟାଚ ଗୋଲଶୁନ୍ୟ ଭାବେ ଡ୍ର କରିଥିଲା l ଅନ୍ୟ ପକ୍ଷରେ ଏଟିକେ ତାର ପୂର୍ବ ମ୍ୟାଚରେ ହାଇଦରାବାଦ ଏଫସିକୁ ୫-୦ ଗୋଲରେ ପରାସ୍ତ କରିଥିଲା l ବୁଧବାର ମ୍ୟାଚରେ ମାରୁତି ସୁଜୁକି ଲିମିଟଲେସ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ମାଇକେଲ ସୁସାଇରାଜଙ୍କୁ ଏବଂ ହିରୋ ଅଫ ଦି ମ୍ୟାଚ ପୁରସ୍କାର ଡେଭିଡ ୱିଲିୟମ୍ସଙ୍କୁ ପ୍ରଦାନ କରାଯାଇଥିଲା। ସେହିପରି ଲାଲିଆନଜୁଆଲା ଛାଙ୍ଗଟେ ଆଇସଏଲ ଇମର୍ଜିଂ ପ୍ଲେୟର ଅଫ ଦି ମ୍ୟାଚ ପୁରସ୍କାର ଲାଭ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri