Posted inଖେଳ

ଏଟିକେରୁ ଖେଳିବେ ଆନାସ

କୋଲକାତା, ୫।୭ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ର ଆସନ୍ତା ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଏଟିକେ ଶୁକ୍ରବାର ପୂର୍ବତନ ଭାରତୀୟ ଡିଫେଣ୍ଡର ଆନାସ ଏଦାଥୋଡିକାଙ୍କୁ ଅନୁବନ୍ଧିତ କରିଛି। ଆନାସଙ୍କ ଯୋଗଦାନ ପରେ ଏଟିକେର ଡିଫେନ୍ସ ଲାଇନ୍‌ ଅଧିକ ଶକ୍ତିଶାଳୀ ହୋଇପାରିଛି। ତାଙ୍କ ସହିତ ଜାତୀୟ ଦଳର ସନ୍ଦେସ ଝିଙ୍ଗାନ ଏହି ପୋଜିଶନରେ ଖେଳିବେ। ୨୦୧୧ରେ ପୁଣେ ଏଫ୍‌ସିରେ ଯୋଗଦାନ କରିବା ପୂର୍ବରୁ ଆନାସ ଆଇ-ଲିଗ୍‌ରେ ମୁମ୍ବାଇ ତରଫରୁ ଖେଳି ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ସେ ୨୦୧୩-୧୪ରେ ଦଳର ଅଧିନାୟକ ହୋଇଥିଲେ। ସେ ୨୦୧୨-୧୩ରେ ପୁଣେ ଫୁଟ୍‌ବଲ କ୍ଲବ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଜିତିଥିଲେ। ସେ ପ୍ରଥମ ଭାରତୀୟ ତଥା ପ୍ରଥମ ଡିଫେଣ୍ଡର ଭାବେ ଏହି ପୁରସ୍କାର ଜିତିଥିଲେ। ଆଇଏସଏଲ୍‌ରେ ଆନାସ ୨୦୧୭-୧୮ ସିଜନରେ ଜାମଶେଦପୁର ଏଫ୍‌ସି ତରଫରୁ ଖେଳି ପ୍ରତିଯୋଗିତାରେ ପ୍ରଥମ ପଦାର୍ପଣ କରିଥିଲେ। ପରବର୍ତ୍ତୀ ସିଜନରେ ସେ ତାଙ୍କ ପୂର୍ବତନ ଭାରତୀୟ ଟିମ୍‌ମେଟ୍‌ ଝିଙ୍ଗାନଙ୍କ ସହିତ କେରଳ ବ୍ଲାଷ୍ଟର୍ସ ଏଫ୍‌ସିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri