Posted inଖେଳ

ଏଟିପି ଫାଇନାଲ୍ସ: ତିସିତ୍‌ପାସ- ଥିମ୍‌ ଟାଇଟଲ ମୁକାବିଲା

ଲଣ୍ଡନ,୧୭।୧୧(ଏଏଫ୍‌ପି): ସିଜନ ଶେଷରେ ଆୟୋଜନ ହେଉଥିବା ହାଇପ୍ରୋଫାଇଲ ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍‌ରେ ରବିବାର ଅଷ୍ଟ୍ରିଆର ଡୋମିନିକ ଥିମ ଓ ଗ୍ରୀସର ଷ୍ଟିଫାନୋସ ତିସିତ୍‌ପାସ ପରସ୍ପରକୁ ଭେଟିବେ। ଥିମ ଶନିବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ପଞ୍ଚମ ସିଡ ମାନ୍ୟତା ପାଇଥିବା ଥିମ ୭-୫, ୬-୩ ସେଟ୍‌ରେ ଗତଥରର ଚାମ୍ପିୟନ ଜର୍ମାନୀର ଆଲେକଜାଣ୍ଡାର ଭେରେଭଙ୍କୁ ହରାଇ ଫାଇନାଲକୁ ଉଠିଛନ୍ତି। ସେହିପରି ପୂର୍ବରୁ ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ରୋଜର ଫେଡେରରଙ୍କୁ ୬-୩, ୬-୪ ସେଟରେ ଅନ୍ୟଏକ ସେମିଫାଇନାଲରେ ପରାସ୍ତ କରି ତିସିତ୍‌ପାସ ଫାଇନାଲରେ ପ୍ରବେଶ କରିଛନ୍ତି।
ଥିମ ତାଙ୍କର ଚତୁର୍ଥ ଏଟିପି ଫାଇନାଲ୍ସ ଖେଳୁଛନ୍ତି। ଗତ ୩ଟି ସଂସ୍କରଣରେ ସେ କେବଳ ୩ଟି ମ୍ୟାଚ୍‌ ଜିତିଥିଲେ ଓ ଗ୍ରୁପ୍‌ ପର୍ଯ୍ୟାୟ ଅତିକ୍ରମ କରିପାରି ନ ଥିଲେ। ଗତବର୍ଷ ଟୁର୍ନାମେଣ୍ଟର ଫାଇନାଲରେ ସର୍ବିୟାର ନୋଭାକ ଜୋକୋଭିକଙ୍କୁ ପରାସ୍ତ କରି ସପ୍ତମ ସିଡ ଭେରେଭ ଫାଇନାଲରେ ପ୍ରବେଶ କରିଥିଲେ। ୨୬ ବର୍ଷୀୟ ଥିମ ଗତବର୍ଷ ଫ୍ରେଞ୍ଚ୍‌ ଓପନ ଫାଇନାଲରେ ପ୍ରବେଶ କରିଥିଲେ ଓ ତାଙ୍କୁ କ୍ଲେ କୋର୍ଟ ସ୍ପେଶାଲିଷ୍ଟ ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri