ଏଡସ୍‌ ମହାମାରୀ: ଆରୋଗ୍ୟ ନ ହେଲେ ବି ବଞ୍ଚିବା ସମ୍ଭବ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦।୧୧: ପୃଥିବୀରେ ଏଡସ୍‌ ମହାମାରୀ ବିଭିନ୍ନ ବିକଶିତ ରାଷ୍ଟ୍ରଙ୍କୁ ଚିନ୍ତାରେ ପକାଇଛି। ଏ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୧ରେ ଏଡସ୍‌ ଦିବସ ପାଳିତ ହୋଇଥାଏ।  ସଚେତନତା ଦ୍ୱାରା କିଭଳି ଏହାର ସଂକ୍ରମଣକୁ ପ୍ରତିରୋଧ କରାଯାଇ ପାରିବ ତାହା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ରୋଗରୁ ଆରୋଗ୍ୟ ହେବା ଅସମ୍ଭବ । ତେବେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ସହିତ ନିୟନ୍ତ୍ରିତ ଜୀବନ ଶୈଳୀ ଆପଣେଇ ପାରିଲେ ରୋଗୀ ବହୁ ବର୍ଷ ବଞ୍ଚି ରହିଥାଏ। ବିନା ଚିକିତ୍ସାରେ ହାରାହାରି ୧୦ ବର୍ଷ ପର୍ଯ୍ୟନ୍ତ ରୋଗୀ ବଞ୍ଚି ରହିଥାନ୍ତି। ଆମେରିକାର ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନଦ୍ୱାରା ଏହାର ଚିହ୍ନଟ କରାଯାଇଥିଲା । ୧୯୯୫ ଠାରୁ ଆମେରିକାରେ ଡିସେମ୍ବର ୧କୁ ସରକାରୀ ତାଲିକାଭୁକ୍ତ କରାଯାଇଥିଲା। ଗତ ୧୯୮୧ରୁ ୨୦୦୭ ମଧ୍ୟରେ ଏହି ରୋଗରେ ଆକ୍ରାନ୍ତ ହୋଇ ୨୫ ନିୟୁତରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୩୩.୨ ନିୟୁତ ଲୋକ ଏହା ଦ୍ୱାରା ଆକ୍ରାନ୍ତ ହୋଇଥିବା ଜାତିସଂଘ ଦ୍ୱାରା ପ୍ରକାଶିତ ରିପୋର୍ଟ ଦର୍ଶାଯାଇଛି। ମୃତକଙ୍କ ମଧ୍ୟରେ ୨ ଲକ୍ଷ ୭୦ ହଜାର ଶିଶୁ ରହିଛନ୍ତି। ସେହିପରି ୨୦୧୪ରେ ପ୍ରାୟ ୩୬.୯ ନିୟୁତ ଲୋକ ଏହାଦ୍ୱାରା ସଂକ୍ରମିତ ହୋଇଥିଲେ। ୨୦୧୪ ସୁଦ୍ଧା ପୃଥିବୀରେ ୩୯ ନିୟୁତ ଲୋକଙ୍କର ଏହା ଯୋଗୁ ମୃତ୍ୟୁ ଘଟିଛି।
ଏହା ମୁଖ୍ୟତଃ ଅସୁରକ୍ଷିତ ଶାରୀରିକ ସମ୍ପର୍କ, ରକ୍ତ ଟ୍ରାନ୍ସଫ୍ୟୁଜନ, ଅସୁରକ୍ଷିତ ଇଞ୍ଜେକସନ ଛୁଞ୍ଚି ବ୍ୟବହାର ଦ୍ୱାରା ଜଣଙ୍କଠାରୁ ଅନ୍ୟଜଣଙ୍କୁ ସଂକ୍ରମିତ ହୋଇଥାଏ। ଏଡସ୍‌ ହୋଇଥିବା ମା’ଠାରୁ ଏହା ଶିଶୁକୁ ସଂକ୍ରମିତ ହୋଇଥାଏ। ସ୍ତନ୍ୟପାନଦ୍ୱାରା ଏହା ସଂକ୍ରମିତ ହୋଇଥାଏ । ତେବେ ଆଖିର ଲୁହ,ପାଟିର ଲାଳ ଅବା ସ୍ପର୍ଶ ଦ୍ୱାରା ଏହା ସଂକ୍ରମଣ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri