ଏଣିକି ଅନଲାଇନରେ ଅଧିକାରୀ ଦେବେ ପ୍ରାକୃତିକ ବିପର୍ଯ୍ୟୟର ସୂଚନା

ବରଗଡ଼ ଅଫିସ,୨୪।୯: ବରଗଡ଼ ସହରର ଏକ ହୋଟେଲ ସମ୍ମିଳନୀ କକ୍ଷରେ ମଙ୍ଗଳବାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଉପରେ ଏକ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଦ୍ବାରା ଉଦ୍‌ଘାଟିତ ଏହି ଶିବିରରେ ସ୍ବତନ୍ତ୍ର ରିଲିଫ କମିଶନର ଅଫିସରୁ ଆସିଥିବା ଅଧିକାରୀ କିଶୋର ସାହୁ ବିପର୍ଯ୍ୟୟ ପରିଚାଳନା ଉପରେ ପ୍ରଶିକ୍ଷଣ ଦେଇଥିଲେ। ବିପର୍ଯ୍ୟୟର ପରିଚାଳନାକୁ ତ୍ୱରାନ୍ବିତ କରିବା ପାଇଁ ଏଣିକି ସେ ସମ୍ପର୍କିତ ତଥ୍ୟ କିମ୍ବା ଫୋନ, ଇ-ମେଲ ବଦଳରେ ଏଥି ସକାଶେ ରହିଥିବା ୱେବସାଇଟରେ ଅପଲୋଡ କରିବାକୁ ସାହୁ ପରାମର୍ଶ ଦେଇଥିଲେ। ସେହିପରି ସେସବୁ ତଥ୍ୟ କିଭଳି ଅପଲୋଡ କରାଯିବ, ସେନେଇ ସେ ପ୍ରଶିକ୍ଷଣ ଦେଇଥିଲେ। ଏଥିରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ଜିଲା ପ୍ରୋଜେକ୍ଟ ମ୍ୟାନେଜର ରାକେଶ କୁମାର ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲାବେଳେ ଶିବିରରେ ସମସ୍ତ ବିଡିଓ, ତହସିଲଦାରଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri