ଏଣିକି ୧୪ ଦିନିଆ କ୍ୱାରାଣ୍ଟାଇନ୍‌: ୭ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ନ ହେଲେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଯାଇପାରିବେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନ୍ୟପକ୍ଷେ ବଢ଼ୁଛି ସଂକ୍ରମିତଙ୍କ ଗଣନା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ଥିବା ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ଅବଧିକୁ ୨୧ ଦିନ ବଢ଼ାଇଥିଲେ। ହେଲେ ରବିବାର ପୁଣି ଏହି କ୍ୱାରାଣ୍ଟାଇନ୍‌ ନିୟମରେ ପରିବର୍ତ୍ତନ କରାଯାଇଛି। ଏହି ଅବଧି ୨୧ ଦିନରୁ ୧୪ ଦିନକୁ ହ୍ରାସ ପାଇଛି। ବାହାରୁ ଆସୁଥିବା ଗ୍ରାମାଞ୍ଚଳ ଲୋକ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ପ୍ରଥମ ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଏବଂ ବାକି ୭ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ। ଲକ୍ଷଣ ନ ଥିଲେ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଛାଡ଼ି ଦିଆଯିବ। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଛାଡ଼ିବା ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ନିଷ୍ପତ୍ତି ନେବେ। ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ଦ୍ୱାରା କରୋନା ବ୍ୟାପିବା ଆଶଙ୍କା ଥିଲେ ଏହି ଅବଧିକୁ ବଢ଼ାଯିବ। ସେହିଭଳି ସହରାଞ୍ଚଳକୁ ଆସୁଥିବା ବ୍ୟକ୍ତି ୧୪ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ଖବରଦାତା ସମ୍ମିଳନୀରେ କହିଛନ୍ତି।

ସେ କହିଛନ୍ତି, ଆଗାମୀ ଦିନରେ ରାଜ୍ୟକୁ ଅଧିକ ପ୍ରବାସୀ ଆସିବେ। ଏଣୁ କରୋନା ମୁକାବିଲା ହେତୁ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପଡ଼ିବ। ଆଗକୁ ମଧ୍ୟ ସରକାରଙ୍କୁ ସହଯୋଗ କରିବାକୁ ପଡ଼ିବ। ଫଳରେ ଗୋଷ୍ଠୀ ସଂକ୍ରମଣ ହେବ ନାହିଁ। ଏବେ ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା ଲାଗୁ କରାଯାଇଛି। ଗ୍ରାମାଞ୍ଚଳକୁ ଆସୁଥିବା ପ୍ରବାସୀ ଓଡ଼ିଆ ୭ ଦିନ ପଞ୍ଚାୟତସ୍ତରୀୟ କ୍ୱାରାଣ୍ଟାଇନ୍‌ରେ ରହିବାକୁ ବାଧ୍ୟ। ଏହାପରେ ସେମାନଙ୍କଠାରେ ଲକ୍ଷଣ ପ୍ରକାଶ ନ ପାଇଲେ ଘରେ ଆଉ ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାର ଅନୁମତି ରହିଛି। ହେଲେ ବ୍ୟକ୍ତିଙ୍କ ଘରେ ସେଭଳି ବ୍ୟବସ୍ଥା ନ ଥିଲେ ପୁଣି ୭ ଦିନ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିପାରିବେ ବୋଲି ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri