ଏତଲା ହଜାଇ ଦେଲା ପୋଲିସ

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): ଟ୍ରାକ୍ଟର ଧକ୍କାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ପନ୍ତୁରୀ ଗ୍ରାମର ଦମୟନ୍ତୀସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଟ୍ରାକ୍ଟର ଚାଳକଙ୍କ ନାଁରେ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ ହୋଇଥିଲେ ବି ପୋଲିସ ଏତଲା ହଜାଇ ଦେଇଥିବାରୁ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ କରିପାରୁ ନ ଥିବା ନେଇ ଅଭିଯୋଗକାରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏତଲାକାରୀ ତଥା ଦମୟନ୍ତୀଙ୍କ ଦେଢ଼ଶୁର ମହେଶ୍ୱର ସାମଲ କୁହନ୍ତି, ଗତ ୨୬ ତାରିଖରେ ଏ ନେଇ ଥାନାରେ ଅଭିଯୋଗ ହୋଇଥିଲା। ସେହି ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଥାନା ଏଏସ୍‌ଆଇ ପବିତ୍ର କୁମାର ବେହେରା ଜଣେ ଟ୍ରାକ୍ଟର ଚାଳକ ଓ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଥାନାକୁ ଆଣିଥିଲେ। ଦମୟନ୍ତୀଙ୍କର ଗୋଡ ଓ ଅଣ୍ଟା ଭାଙ୍ଗି ଯାଇଥିବା ବେଳେ ସେ କଟକ ବଡ଼ ମେଡିକାଲରେ ମୃତ୍ୟୁ ସହ ଲଢ଼େଇ କରୁଛନ୍ତି। ତେବେ ଅଭିଯୁକ୍ତଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେ ସମ୍ପର୍କରେ ଜାଣିବା ପାଇଁ ଶନିବାର ଥାନାକୁ ଯିବା ପରେ ଏତଲା ହଜି ଯାଇଥିବା ଏଏସ୍‌ଆଇ ବେହେରା କହିଥିଲେ। ଏଥିସହ ଆଉଥରେ ଏତଲା ଦେଲେ ମାମଲା ରୁଜୁ ହେବ ବୋଲି କହିଥିଲେ। ତେବେ ମହେଶ୍ୱର ଏ ନେଇ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ରଞ୍ଜନ କୁମାର ଦେଙ୍କୁ ଜଣାଇଥିଲେ। ମାତ୍ର କୌଣସି ଫଳ ନ ମିଳିବାରୁ ରବିବାର ମହେଶ୍ୱରଙ୍କ ସହ ପନ୍ତୁରୀ ଗ୍ରାମବାସୀ ଥାନା ଆଗରେ ଠିଆ ହୋଇ ରହିଥିଲେ। ପୋଲିସ କୌଣସି କଥା ନ ଶୁଣିବାରୁ ଏ ନେଇ ଏସ୍‌ପିଙ୍କୁ ଅଭିଯୋଗ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ପୋଲିସର ଏଭଳି ବେପରୁଆ କାର୍ଯ୍ୟ ନେଇ ଜଗବନ୍ଧୁ ପ୍ରଧାନ, ଅଶୋକ କୁମାର ଲେଙ୍କା, ସୁଧୀର ରଞ୍ଜନ ପ୍ରଧାନ, ଖଗେଶ୍ୱର ପାତ୍ର, ମହେଶ୍ୱର ପ୍ରଧାନ, ରତ୍ନାକର ରାଉତ, ଯତିନ୍ଦ୍ର ପ୍ରଧାନ, ଗଣେଶ୍ୱର ଦାସ, କୁନାନନ୍ଦ ପ୍ରଧାନ, ସୁନାକର ବାରିକ, କେଶବ ରାଉତ, ଦୁଷ୍ମନ୍ତ ରାଉତ, ଅଜୟ ପ୍ରଧାନ, ରତିକାନ୍ତ ସିଂହ, ପ୍ରଶାନ୍ତ ପ୍ରଧାନ, କୃପାସିନ୍ଧୁ ପାତ୍ରଙ୍କ ସମେତ ୨୫ଜଣ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ଏସ୍‌ଡିପିଓ ଦେଙ୍କୁ ପଚାରିବାରେ ଦୁର୍ଘଟଣା କେସ୍‌ରେ ଆଉ ଏକ ଏତଲା ଦେଲେ କିଛି ଅସୁବିଧା କି ସମସ୍ୟା ହେବ ନାହିଁ ବୋଲି କହିଛନ୍ତି। ଅନ୍ୟପଟେ ରବିବାର ସନ୍ଧ୍ୟାରେ ଏଏସ୍‌ଆଇ ବେହେରା ଏତଲା ମିଳିଥିବା କହି ପନ୍ତୁରୀ ଗ୍ରାମକୁ ତଦନ୍ତ କରିବାକୁ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri