ନୂଆଦିଲ୍ଲୀ,୧୦।୬: ବ୍ୟାଙ୍କ ଅଫ୍ ବରୋଦା(ବିଓବି)ର ମାଲିକାନାରେ ଥିବା ସହାୟକ କମ୍ପାନୀ ବିଓବି ଫାଇନାନ୍ସିଆଲ ସଲ୍ୟୁଶନ୍ସ ଲିମିଟେଡ୍(ବିଏଫ୍ଏସ୍ଏଲ୍) ଏବଂ ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେଶନ ଅଫ୍ ଇଣ୍ଡିଆ (ଏନ୍ପିସିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବିଓବିର କ୍ରେଡିଟ୍ କାର୍ଡ ହିତାଧିକାରୀମାନେ ବର୍ତ୍ତମାନ ସେମାନଙ୍କର ରୁପେ କ୍ରେଡିଟ୍ କାର୍ଡକୁ ୟୁପିଆଇ ଜରିଆରେ ଭିମ୍ ଓ ଅନ୍ୟ ୟୁପିଆଇ ସକ୍ଷମ ଆପ୍ଗୁଡ଼ିକରେ ବ୍ୟବହାର କରିପାରିବେ। ଏ ସମ୍ପର୍କରେ ବିଓବିର ଏମ୍ଡି ଓ ସିଇଓ ସଞ୍ଜୀବ ଚଡ୍ଡା କହିଛନ୍ତି, ବିଓବି ଫାଇନାନ୍ସିଆଲର ରୁପେ କ୍ରେଡିଟ୍ କାର୍ଡ ୟୁପିଆଇ ଜରିଆରେ ବିଓବି କ୍ରେଡିଟ୍ କାର୍ଡ ଟ୍ରାଞ୍ଜାକ୍ସନକୁ ସକ୍ଷମ କରିବା କ୍ଷେତ୍ରରେ ଏନ୍ପିସିଆଇ ସହ ସହଭାଗିତା କରି ଆମେ ବେଶ୍ ଉତ୍ସାହିତ ଅଛୁ। ସେହିଭଳି ଏନ୍ପିସିଆଇର ଏମ୍ଡି ଓ ସିଇଓ ଦିଲୀପ ଆସ୍ବେ କହିଛନ୍ତି, ଭାରତର ନିଜସ୍ବ ପେମେଣ୍ଟ ସିଷ୍ଟମ ୟୁପିଆଇ ଦେଶରେ ସବୁଠାରୁ ଲୋକପ୍ରିୟ ବ୍ୟବସ୍ଥାରେ ପରିଣତ ହେବାକୁ ଯାଉଥିବା ଏକ ଯାତ୍ରାର ସାକ୍ଷୀ ହୋଇଛି। ବର୍ତ୍ତମାନ ଏହା ନିଜର ଅନ୍ତର୍ଜାତୀୟ ଯାତ୍ରା ଆରମ୍ଭ କରିଛି।
ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ
ଓ୍ବାଶିଂଟନ୍,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…
ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍ଜିଏନ୍ଆର୍ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...
ସ୍ବିଫ୍ଟ କାର୍ରେ ପାର୍ଟନର୍ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ
ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
Archives


