ଏନ୍‌.ଆର୍‌. ନାରାୟଣ ମୂର୍ତ୍ତିଙ୍କ ଜୀବନୀକୁ ନେଇ ବଲିଉଡ୍‌ ଫିଲ୍ମ

ନୂଆଦିଲ୍ଲୀ: ବଲିଉଡ୍‌ରେ ବାୟୋପିକ୍‌ ଟ୍ରେଣ୍ଡ୍‌ ଚାଲିଥିବାବେଳେ ପିରିଓଡିକ୍‌ ଡ୍ରାମା ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଜୀବନୀ ଉପରେ ମଧ୍ୟ ଅନେକ ସମୟରେ ଫିଲ୍ମ ନିର୍ମାଣ କରାଯାଉଛି। ସମାଜରେ ଲୋକପ୍ରିୟ ବ୍ୟକ୍ତିତ୍ୱଙ୍କ ଜୀବନୀକୁ ନେଇ ପ୍ରସ୍ତୁତ କାହାଣୀ ପରଦାରେ ଦେଖିବାକୁ ଦର୍ଶକେ ପସନ୍ଦ ମଧ୍ୟ କରୁଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ହୁଅନ୍ତୁ ବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଏମ୍‌.ଏସ୍‌. ଧୋନୀ ହୁଅନ୍ତୁ ବା ମେରିକମ୍‌, ଏଭଳି ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଜୀବନ ଓ ସଂଘର୍ଷ ଉପରେ ବଲିଉଡ୍‌ରେ ଫିଲ୍ମ ନିର୍ମାଣ କରାଯାଇଛି। ଏହି ତାଲିକାରେ ଏବେ ଆଉ ଏକ ଦମ୍ପତିଙ୍କ ନାଁ ଯୋଡ଼ିହେବାକୁ ଯାଉଛି। ଖୁବ୍‌ଶୀଘ୍ର ଇନ୍‌ଫୋସିସ୍‌ ସହପ୍ରତିଷ୍ଠାତା ଏନ୍‌.ଆର୍‌. ନାରାୟଣ ମୂର୍ତ୍ତି ଏବଂ ତାଙ୍କ ପତ୍ନୀ ସୁଧା ମୂର୍ତ୍ତିଙ୍କ ଜୀବନୀ ଉପରେ ନିର୍ମାଣ ହେବ ଫିଲ୍ମ। ଏନେଇ ବିଧିବଦ୍ଧ ଘୋଷଣା ମଧ୍ୟ କରାଯାଇଛି। ବଲିଉଡ୍‌ର ବଡ଼ ପରଦାରେ ମୂର୍ତ୍ତି ଦମ୍ପତିଙ୍କ ଜୀବନ, ସଂଘର୍ଷ ଓ ଦେଶ ପ୍ରତି ଥିବା ଅବଦାନଗୁଡ଼ିକୁ ଦେଖିବାକୁ ମିଳିବ। ମୂର୍ତ୍ତି ଦମ୍ପତିଙ୍କୁ ନେଇ ପ୍ରସ୍ତୁତ ହେବାକୁ ଥିବା ଏହି ଫିଲ୍ମର ଟାଇଟଲ ମଧ୍ୟ ‘ମୂର୍ତ୍ତି’ ରଖାଯାଇଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱ ଅଶ୍ୱିନୀ ଆୟାର ତିଓ୍ବାରୀ ନେଇଥିବାବେଳେ କାହାଣୀ ଲେଖୁଛନ୍ତି ସଞ୍ଜୟ ତ୍ରିପାଠୀ। ତେବେ ଅଶ୍ୱିନୀ ବର୍ତ୍ତମାନ କଙ୍ଗନା ରନାଓ୍ବତଙ୍କ ‘ପଙ୍ଗା’ ଫିଲ୍ମରେ ବ୍ୟସ୍ତ ଅଛନ୍ତି। ସେହିପରି ଫିଲ୍ମର ପ୍ରଯୋଜନା କରୁଛନ୍ତି ମହାବୀର ଜୈନ, ନିତେଶ ତିଓ୍ବାରୀ ଏବଂ ଅଶ୍ୱିନୀ ଆୟାର ତିଓ୍ବାରୀ। ଭାରତର ମହାନ୍‌ ଦାନବୀରଙ୍କ ମଧ୍ୟରୁ ଅନ୍ୟତମ ହେଉଛନ୍ତି ଏନ୍‌.ଆର୍‌. ନାରାୟଣ ମୂର୍ତ୍ତି। ସେ ବ୍ୟବସାୟଠାରୁ ଊର୍ଦ୍ଧ୍ୱରେ ଚିନ୍ତା କରି ଇନ୍‌ଫୋସିସ୍‌ ମାଧ୍ୟମରେ ଦେଶର ଗରିବ ଲୋକଙ୍କୁ ଶିକ୍ଷା ଓ ସ୍ବାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri