Posted inଜାତୀୟ

ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି

ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ ପାଇଁ ଆବଶ୍ୟକ ଆଇନଗତ ସହାୟତା ଜିଲା ଆଇନ ସେବା କର୍ତ୍ତୃପକ୍ଷଙ୍କ ଜରିଆରେ ଯୋଗାଇବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଫରେନର୍ସ ଟ୍ରିବ୍ୟୁନାଲରେ ଆବେଦନ ପାଇଁ ୧୨୦ ଦିନ ସମୟ ଦିଆଯାଇଛି। ଏଥିପାଇଁ ବର୍ତ୍ତମାନ ୧୦୦ ଟ୍ରିବ୍ୟୁନାଲ ଥିବାବେଳେ ୨୦୦ ନୂଆ ଖୋଲାଯିବ। ଆଇନଗତ ପଦକ୍ଷେପ ଶେଷ ହେବା ପର୍ଯ୍ୟନ୍ତ ବାଦ୍‌ ପଡିଥିବା ବ୍ୟକ୍ତି ପୂର୍ବଭଳି ନାଗରିକର ସମସ୍ତ ଅଧିକାର ଉପଭୋଗ କରିପାରିବେ ବୋଲି ଉକ୍ତ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri