ଏନ୍‌ଇଏସ୍‌ଟି ପରୀକ୍ଷାଫଳ ପ୍ରକାଶ, କାହ୍ନା ଜୈନ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ):

ନ୍ୟାଶନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ (ଏନ୍‌ଇଏସ୍‌ଟି) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ପଶ୍ଚିମବଙ୍ଗର ପ୍ରଣୟ ଦେ ସର୍ବଭାରତୀୟ ସ୍ତରରେ ପ୍ରଥମ ହୋଇଥିବା ବେଳେ କାହ୍ନା ଜୈନ ଓଡ଼ିଶା ଟପ୍ପର ହୋଇଥିବା ଜଣାପଡ଼ିଛି। ପ୍ରଥମ ୧୦୦ଜଣଙ୍କ ମଧ୍ୟରେ ଓଡ଼ିଶାରୁ ୨୨ଜଣ ରହିଛନ୍ତି। ୫୩ହଜାର ୪୫୦ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୧୭୭୯ଜଣ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଏନ୍‌ଇଏସ୍‌ଟି ସଂଯୋଜକ ହିମାଂଶୁ ବିଶ୍ୱାଳ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ ରିସର୍ଚ୍ଚ(ନାଇଜର) ଭୁବନେଶ୍ୱର ଓ ୟୁନିଭର୍ସିଟି ଅଫ୍‌ ବମ୍ବେର ଆଟୋମିକ୍‌ ଏନର୍ଜି ସେଣ୍ଟର ଫର୍‌ ଏକ୍ସଲେନ୍ସ ଇନ୍‌ ବେସିକ୍‌ ସାଇନ୍ସ ବିଭାଗରେ ନାମ ଲେଖାଇବା ପାଇଁ ଏହି ପ୍ରବେଶିକା ପରୀକ୍ଷା ହୋଇଥାଏ। ଚଳିତ ବର୍ଷ ଗତ ୧ତାରିଖରେ ଏନ୍‌ଇଏସ୍‌ଟି ପରୀକ୍ଷା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri