ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।
ବାଇସିଙ୍ଗା ନାଳ ଉପରେ ଥିବା ଉକ୍ତ ଗଡ଼ା ବ୍ରିଟିଶ ଅମଳର। ଏକ୍ସିଡେଣ୍ଟ ଜୋନ୍‌ ଭାବେ ପରିଚିତ ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ପ୍ରତିବର୍ଷ ଲଗାଣ ବର୍ଷାରେ ଜଳସ୍ରୋତ ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥାଏ। ତାଳଚେର-ଡୁବୁରୀ ୪ଲେନ୍‌ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବାବେଳେ ଉକ୍ତ ପୋଲ ନୂତନ ଭାବେ ନିର୍ମାଣ ହେଉଛି। କାର୍ଯ୍ୟ ନେଇଥିବା ଠିକାଦାର ଉଭୟ ପାର୍ଶ୍ୱରେ ମାଟି ପକାଇ ଦେଇଥିବାରୁ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ପୋଲ ଉପରେ ପାଣି ଜମି ରହିଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଭାରିଯାନ ଅଟକି ରହିଥିଲା।
ଏ ନେଇ ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ କୁହନ୍ତି, ପୋଲ ନିର୍ମାଣ କାର୍ଯ୍ୟ ଚାଲୁରହିଥିବାରୁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇଥିଲା। ବର୍ଷା ଛାଡ଼ିବା ପରେ ପାଣି କମିଯାଇଛି। ଯାତାୟାତ ସ୍ବାଭାବିକ ହୋଇଛି। ପୋଲ ନିର୍ମାଣ ସରିଲେ ସମସ୍ୟାର ସ୍ଥାୟୀ ସମାଧାନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri