Posted inଜାତୀୟ

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା କରିବା ପରେ ଶନିବାର ଏନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍‌ଏଚ୍‌ଆର୍‌ସି) କର୍ମକର୍ତ୍ତା ଘଟଣାସ୍ଥଳ(ଚତ୍ତନପଲ୍ଲୀ ଗ୍ରାମ)କୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ସରକାରୀ ହସ୍ପିଟାଲରେ ଥିବା ମୃତଦେହଗୁଡ଼ିକୁ ପରୀକ୍ଷା ସହ ଭିଡିଓଗ୍ରାଫ କରାଯାଇଛି। ସ୍ପଟ ଇନ୍‌କ୍ୱାରୀ ସହ ବିଭିନ୍ନ ଘଟଣାର ଟିକିନିଖି ତଦନ୍ତ କରାଯିବାର ଆବଶ୍ୟକତା ରହିଛି ବୋଲି ଏନ୍‌ଏଚ୍‌ଆର୍‌ସି ଟିମ୍‌ କହିଛି। ୪ ଅଭିଯୁକ୍ତ ପୋଲିସ ବନ୍ଧୁକ ଛଡ଼ାଇ ସେମାନଙ୍କ ଉପରକୁ ଆକ୍ରମଣ ଉଦ୍ୟମକରିବା ପରେ ଏନ୍‌କାଉଣ୍ଟର କରାଯାଇଥିଲା ବୋଲି ହାଇଦ୍ରାବାଦ ପୋଲିସ କହିଥିଲା। ସେପଟେ ପ୍ରାଣ ହରାଇଥିବା ଅଭିଯୁକ୍ତ ଚେନ୍ନାକେଶଭୁଲୁଙ୍କ ବିଧବା ଗର୍ଭବତୀ ସ୍ତ୍ରୀ ରେଣୁକା ପୋଲିସର କାର୍ଯ୍ୟକଳାପ ଉପରେ ସନ୍ଦେହ ପ୍ରକଟ କରି ନ୍ୟାୟ ଦାବି କରିଛନ୍ତି। କେତେକ ପୋଲିସ ଏନ୍‌କାଉଣ୍ଟରକୁ ଠିକ୍‌ ବୋଲି କହି ଉତ୍ସବ ମନାଉଥିବାବେଳେ ପୁଣି କେତେକ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇ ସନ୍ଦେହ ପ୍ରକଟ କରିଛନ୍ତି।

ତେଲଙ୍ଗାନା ଗଣବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟର ଘଟଣାର ଏସ୍‌ଆଇଟି ତଦନ୍ତ ଲାଗି ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ସର୍ବୋଚ୍ଚ ଅଦାଲତର ପୂର୍ବତନ ବିଚାରପତିଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ପୋଲିସ ଏନ୍‌କାଉଣ୍ଟରର ତଦନ୍ତ କରିବା ପାଇଁ ଦାବି ହୋଇଛି। ଏଥିସହିତ ମୃତ ଅଭିଯୁକ୍ତମାନଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଯୋଗାଇଦେବା ନିମନ୍ତେ ସର୍ବୋଚ୍ଚ ଅଦାଲତ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ପିଟିଶନ୍‌ରେ ଅନୁରୋଧ କରାଯାଇଛି। ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଏହି ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଏନ୍‌କାଉଣ୍ଟରରେ ସମ୍ପୃକ୍ତ ପୋଲିସଙ୍କ ବିରୋଧରେ ମକଦ୍ଦମା ଚଳାଇବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ପିଟିଶନରେ ଅନୁରୋଧ କରିଛନ୍ତି। ବିଚାର ପୂର୍ବରୁ ଅଭିଯୁକ୍ତଙ୍କୁ ହତ୍ୟାକରିବା ପାଇଁ ସମାଜବାଦୀ ପାର୍ଟି ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଉତ୍ତେଜକ ମନ୍ତବ୍ୟ ଦେଇ ପୋଲିସ ଉପରେ ଚାପ ପକାଇଥିବାରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଶର୍ମା ଅଦାଲତଙ୍କୁ ଅନୁରୋଧ କରିଛନ୍ତି।
ପୋଲିସ ଶୁକ୍ରବାର ଭୋର ସମୟରେ ଅଭିଯୁକ୍ତମାନଙ୍କୁ ନେଇ ଅପରାଧ ସ୍ଥଳକୁ ଯାଇଥିଲା। ସେଠାରେ ସେମାନେ ପୋଲିସଠାରୁ ବନ୍ଧୁକ ଛଡ଼ାଇ ଗୁଳି ଚଳାଇ ଖସିପଳାଇବାକୁ ଉଦ୍ୟମ କରିବାରୁ ଏନ୍‌କାଉଣ୍ଟର କରିବାକୁ ପୋଲିସ ବାଧ୍ୟ ହେଲା ବୋଲି କହୁଛି। ମହିଳା ପ୍ରାଣୀ ଚିକିତ୍ସକଙ୍କ ପୋଡିଯାଇଥିବା ମୃତଦେହ ଯେଉଁଠୁ ମିଳିଥିଲା ସେହିଠାରେ ହିଁ ୪ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟରରେ ମାରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri