Posted inଜାତୀୟ

ଏନ୍‌ଏଚ୍‌ଆର୍‌ସିର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୨(ପି.ଟି.): ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେବା ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନିଜଆଡୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌କାଉଣ୍ଟର ଚିନ୍ତାର ବିଷୟ ଏବଂ ଏହାର ଉପଯୁକ୍ତ ତଦନ୍ତ ହେବା ଆବଶ୍ୟକ ବୋଲି ଏନ୍‌ଏଚ୍‌ଆର୍‌ସି କହିଛି। ତୁରନ୍ତ ଘଟଣାସ୍ଥଳକୁ ଟିମ୍‌ ପଠାଇବାକୁ କମିଶନ ଏହାର ମହାନିର୍ଦ୍ଦେଶକ (ତଦନ୍ତ)ଙ୍କୁ ନିର୍ଦ୍ଦେଶ ଦେବା ପରେ ବରିଷ୍ଠ ଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ୍‌ ଖୁବ୍‌ଶୀଘ୍ର ସେଠାକୁ ଯିବ ବୋଲି ଜଣାପଡିଛି। ଘଟଣାରୁ ଜଣାପଡୁଛି, ଅଭିଯୁକ୍ତ ଘଟଣାସ୍ଥଳରେ କିଛି ଅଘଟଣ ଘଟାଇଲେ ତା’ର ପ୍ରତିକାର ଲାଗି ପୋଲିସ କର୍ମଚାରୀ ଠିକ୍‌ ଭାବେ ସତର୍କ ନ ଥିଲେ। ଗିରଫ ବ୍ୟକ୍ତି ଯଦି ପ୍ରକୃତରେ ଦୋଷୀ, ତେବେ ଆଇନ ଅନୁଯାୟୀ ସେମାନଙ୍କୁ ଦଣ୍ଡ ମିଳିବାର ଥିଲା ବୋଲି ଏନ୍‌ଏଚ୍‌ଆର୍‌ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?